ହେଡଲାଇନସ୍:

ଶ୍ରୀ ଅକ୍ଷୟ ସୁନିଲ ଅଗ୍ରୱାଲ ଗଜପତିର ନୂତନ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗଦାନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

      ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବରେ ଶ୍ରୀଯୁକ୍ତ ଅକ୍ଷୟ ସୁନିଲ ଅଗ୍ରୱାଲ,ଭା.ପ୍ର.ସେ. ଯୋଗଦାନ କରିଛନ୍ତି । ନୂତନ ଜିଲ୍ଲାପାଳ ଆଜି ( ଶନିବାର) ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ଠାରେ ଦାୟିତ୍ୱ ଗ୍ରହଣ କରିବା ସହ ସରକାରୀ କାର୍ଯ୍ୟରେ ସ୍ଵଚ୍ଛତା ଓ ସମୟାନୁବର୍ତ୍ତିତା ଅବଲମ୍ବନ ପାଇଁ ଉପସ୍ଥିତ ପଦାଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ। ସରକାରଙ୍କର ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ସଫଳ ରୂପାୟନ ସହ ହିତାଧିକାରୀ ମାନଙ୍କ ନିକଟରେ ସଫଳତାର ସହ ସେବା ପହଞ୍ଚାଇବା ଓ ଜନସାଧାରଣଙ୍କ ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ ପାଇଁ ନୂତନ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ।
      ସେହିପରି ଜିଲ୍ଲାରେ ବିଭିନ୍ନ ବିକାଶ ମୂଳକ ଯୋଜନା ତଥା ଶିକ୍ଷା , ସ୍ଵାସ୍ଥ୍ୟ , ଗମନାଗମନ ଓ ପାନୀୟ ଜଳ ସମସ୍ତ ଜନ ସାଧାରଣଙ୍କ ନିକଟରେ ପହଞ୍ଚାଇବା ସହିତ କାର୍ଯ୍ଯକାରୀ ହେଉଥିବା ବିଭିନ୍ନ କାମକୁ ତୁରନ୍ତ ସମ୍ପୂର୍ଣ୍ଣ କରାଯିବା ଓ ଜିଲ୍ଲାର ଜନସାଧାରଣଙ୍କୁ ଉପଯୁକ୍ତ ସେବା ଯୋଗାଇଦେବା ତାଙ୍କର ପ୍ରାଥମିକତା ହେବ ବୋଲି ନୂତନ ଜିଲ୍ଲାପାଳ କହିଛନ୍ତି। ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ଗୋଟିଏ ଟିମ ହୋଇ କାର୍ଯ୍ୟ କଲେ ଜିଲ୍ଲାର ବିକାଶ ହୋଇପାରିବ ବୋଲି ଶ୍ରୀଯୁକ୍ତ ଅଗ୍ରୱାଲ ଆହ୍ବାନ କରିଥିଲେ । ଜନସାଧାରଣଙ୍କ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ସେ ବିଭାଗୀୟ ଅଧିକାରୀ ମାନଙ୍କୁ ଆଦେଶ ଦେଇଥିଲେ।
      ଶ୍ରୀଯୁକ୍ତ ଅଗ୍ରୱାଲ ପୂର୍ବରୁ ନୟାଗଡ଼ ଜିଲ୍ଲାପାଳ ଭାବରେ କାର୍ଯ୍ୟରତ ଥିଲେ । ଜିଲ୍ଲା କାର୍ଯ୍ୟାଳୟ ଠାରେ ଆରକ୍ଷୀ ଅଧିକ୍ଷକ ଗଜପତି ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା , ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ କେ.ନାଗାରାଜୁ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନିଦ୍ର ହୋନନାଗା ଓ ଶ୍ରୀ ଫାଲଗୁନୀ ମାଝୀ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ବୀରାଜ ମଣ୍ଡଳ , ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ୍ ଆଲ୍ଲୀ ସମେତ ସମସ୍ତ ତହସିଲଦାର , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ନୂତନ ଜିଲ୍ଲାପାଳଙ୍କ ସ୍ୱାଗତ ଓ ଅଭିବାଦନ କରିଥିଲେ ।
0
0
0
s2sdefault