ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରୀୟବରପୁର ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ସ୍ଵଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି I ଅଧ୍ୟକ୍ଷ ଡ଼. ଗିରିଧର ନାୟକଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ରାସାୟନିକ ବିଜ୍ଞାନ ବିଭାଗର ଅଧ୍ୟାପକ ଡ. ଇ. ଆର. ରବିନାରାୟଣ ପାତ୍ର ଏହି ସ୍ଵଚ୍ଛତା ଅଭିଯାନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ I ମହାବିଦ୍ୟାଳୟର ଜାତୀୟ ସେବା ଯୋଜନାର ୫୦ ଜଣ ସ୍ୱେଚ୍ଛାସେବୀଙ୍କୁ ନେଇ ଜାତୀୟ ସେବା ଯୋଜନାର ଅଧିକାରୀ ସିମାଞ୍ଚଳ ମହାନ୍ତି ମହାବିଦ୍ୟାଳୟର ପରିସରରେ ଥିବା ସବୁ ଅଳିଆ ଆବର୍ଜନା ଓ ଅନାବନା ଘାସକୁ ପରିଷ୍କାର କରିଥିଲେ I ଏହି ସ୍ୱଚ୍ଛତା କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଏବଂ ଶୈକ୍ଷିକ ଓ ଅଣଶୈକ୍ଷିକ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ I
ରାଜ୍ୟ
ବେଲଗୁଣ୍ଠା ବ୍ଳକକ୍ଷତ୍ରୀୟବରପୁର ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ସ୍ଵଚ୍ଛ ଭାରତ ଅଭିଯାନ
- Hits: 5








