ହେଡଲାଇନସ୍:

ସଦର ବ୍ଲକ ସ୍ତରୀୟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଆନୁକୂଲ୍ୟରେ କୁଇଜ ପ୍ରତିଯୋଗିତା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

କେନ୍ଦୁଝର,ତା୧୯/୧- ସଦର ବ୍ଲକ ଆନୁକୂଲ୍ୟରେ ବ୍ଲକ ସ୍ଥରୀୟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନର କୁଇଜ ପ୍ରତିଯୋଗିତା ସ୍ଥାନୀୟ ଗୋବିନ୍ଦପୁର ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇ ଯାଇଅଛି। କେନ୍ଦୁଝର ସଦର ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ୩୦୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ତଥା ଶିକ୍ଷକ ଶିକ୍ଷୟତ୍ରୀ ଏଥିରେ ଯୋଗ ଦେଇଥିଲେ। ଉପ କନିଷ୍ଠ. କନିଷ୍ଠ ଓ ବରିଷ୍ଠ ବିଭାଗର ଛାତ୍ରଛାତ୍ରୀ ମାନଙ୍କୁ ନେଇ ପ୍ରତିଯୋଗୀତା ଗୁଡିକ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ କେନ୍ଦୁଝର ସଦର ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀ ଓଁକାର ଅନ୍ୱେଷ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ସଦର ବ୍ଲକର ସହଶିକ୍ଷା ଅଧିକାରୀ ମାନସ ରଞ୍ଜନ ମିଶ୍ର, ତରଣୀ ସେନ ମୁଣ୍ଡା ଓ କପିଳ ଚନ୍ଦ୍ର ଦାସ ଯୋଗ ଦେଇଥିଲେ। ଗୋବିନ୍ଦପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୁରନ୍ଦର ମହାନ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ବ୍ଲକର ସମସ୍ତ ସିଆରସିସି, ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ।

0
0
0
s2sdefault