ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ପୁରୁଣା କୋର୍ଟ ଛକ ନିକଟସ୍ଥ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା। ଏଥିରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଗଜପତି ଶ୍ରୀଯୁକ୍ତ ମୁନୀଦ୍ର ହୋନନାଗା , ନିର୍ବାହୀ ଅଧିକାରୀ ପୌରପରିଷଦ ପାରଳାଖେମୁଣ୍ଡି ଶ୍ରୀ ଲକ୍ଷ୍ମଣ କୁମାର ମୁର୍ମୁ , ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ , ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସରୋଜ କୁମାର ପଣ୍ଡା ସମେତ ପୌରପରିଷଦର ସମସ୍ତ କର୍ମଚାରୀ , ସ୍ଥାନୀୟ ଜନସାଧାରଣ ଓ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।
ରାଜ୍ୟ
ଜିଲ୍ଲାସ୍ତରୀୟ ନେତାଜୀ ସୁବାଷ ବୋଷ ଜୟନ୍ତୀ ପାଳିତ
- Hits: 2








