ହେଡଲାଇନସ୍:

ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 ବେଲଗୁଣ୍ଠା,-(ଶିବରାମ ଚୌଧୁରୀ)- ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ କୋକଲୁଣ୍ଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ତରଫରୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି I ବିଦ୍ୟାଳୟ ପରିଚାଳନା କମିଟି ସଭାପତି କପିଳ ବରାଡଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷୟିତ୍ରୀ ଚିନ୍ମୟୀ ନାୟକ ସଂଯୋଜନା କରିଥିବା ବେଳେ ଏହି କାର୍ଯ୍ୟକ୍ରମରେ ଅତିଥି ରୂପେ ସ୍ଥାନୀୟ ସମିତିସଭ୍ୟ ସୁଧାଂଶୁ ଶେଖର ପୋଲାଇ, ସିଆରସିସି ରମେଶ୍ କୁମାର ପାଣିଗ୍ରାହୀ, ଅବସରପ୍ରାପ୍ତ ଶିକ୍ଷକ ବସନ୍ତ କୁମାର ଜେନା, ବଲ୍ଲଭ ପଣ୍ଡା, ରମେଶ୍ ପାତ୍ର, କାଳୀ ଚରଣ ପାଢୀ, ପ୍ରଣତି ମିଶ୍ର ପ୍ରମୁଖ ମଞ୍ଚାସୀନ ରହି ଆସନ୍ତା ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ପ୍ରତ୍ୟେକ ଛାତ୍ରଛାତ୍ରୀ ପ୍ରତ୍ୟେକ ବିଷୟକୁ ଉତ୍ତମ ରୂପେ ପ୍ରସ୍ତୁତି କରିବା ପାଇଁ ପରାମର୍ଶ ଦେଇଥିଲେ I ପ୍ରତ୍ୟେକ ଛାତ୍ରଛାତ୍ରୀ ସମୟର ସଦୁପଯୋଗ କରିବା ସହିତ ଗୁରୁଜନଙ୍କ କଥା ମାନି ଏକାଗ୍ର ଚିତ୍ତରେ କଠିନ ପରିଶ୍ରମ କଲେ ପରୀକ୍ଷାରେ ସଫଳତା ନିଶ୍ଚିତ ରୂପେ ପ୍ରାପ୍ତି ହୋଇପାରିବ ବୋଲି ଉପସ୍ଥିତ ଅତିଥି ଏବଂ ଶିକ୍ଷକ ଶିକ୍ଷୟିତ୍ରୀ ମତ ବ୍ୟକ୍ତ କରିଥିଲେ I କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ କର୍ମଚାରୀ ସହଯୋଗ କରିଥିଲେ I

0
0
0
s2sdefault