ସୁନ୍ଦରଗଡ଼,(ବସନ୍ତ କୁମାର ଜେନା): ସବଡେଗା ବ୍ଲକ ପରିସର ରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।
ଆଜି ମୋଟ ୬୨ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୨୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୨୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୦ ଗୋଟି ଅଭିଯୋଗ ଗୁଡ଼ିକର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୧୦ ଗୋଟି ଆବେଦନ ରହିଥିଲା।
ଆଜିର ଏହି ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀମତୀ ତେଜସ୍ଵିନୀ ବେହେରା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସାନ୍ତା ନୂତନ ସାମଦ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।








