ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ)ତା. ୦୨.୦୨.୨୦୨୬ – କଳାହାଣ୍ଡି ଜିଲ୍ଲାସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବରକୋଣ୍ଡା ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ଜିଲ୍ଲାର ବିଭିନ୍ନ ବ୍ଲକ ରୁ ଆସିଥିବା ୧୫୯ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୧୩୧ ଗୋଟି ଓ ସାମୂହିକ ୨୦ ଗୋଟି ରହିଥିବା ବେଳେ ୨୫ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୮ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବା ବେଳେ ଜଣଙ୍କୁ ରେଡ଼କ୍ରସ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଏହି ଶିବିରରେ ଘରଡିହ, ଭତ୍ତା, ପାନୀୟଜଳ, ରେଶନ କାର୍ଡ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଉନ୍ନୟନ,ପୂର୍ତ୍ତ ବିଭାଗ, ବିଦ୍ୟୁତ୍,ପୋଲିସ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢୀ,ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ଉପଜିଲ୍ଲାପାଳ ଧର୍ମଗଡ଼ ପ୍ରେକ୍ଷା ଅଗ୍ରୱାଲ, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା ନିହାରେନ୍ଦ୍ର ପଣ୍ଡା, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୁଜାତା ମିଶ୍ର,ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ,ଅଧିକ୍ଷଣ ଯନ୍ତ୍ରୀ ପୂର୍ତ୍ତ, ଶିବାଜୀ ପ୍ରଧାନ,ପି ଏ ଆଇ ଟି ଡି ଏ, ପ୍ରଦ୍ୟୁମ୍ନ କୁମାର ଦାସ,ଜିଲ୍ଲା ସମାଜ କଲ୍ଯାଣ ଅଧିକାରୀ ମଜିବୁନ ନିଶା ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀ,ଭବାନୀପାଟଣା ବ୍ଲକ ଓ ତହସିଲ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ ।
ରାଜ୍ୟ
କଳାହାଣ୍ଡି ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ
- Hits: 9








