ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନିଲ ଅଗ୍ରୱାଲ , ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା , ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ କେ.ନାଗାରାଜୁ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ଵୀରାଜ ମଣ୍ଡଳ , ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌରପରିଷଦ ସମେତ କେରାଣ୍ଡି , କତଳକଇଠା , ବାଘଶାଲା , ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ-୯୪ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୮୪ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା - ୧୨ ଗୋଟି ଅଭିଯୋଗ ଆସିଥିଲା।
ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ , ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
ରାଜ୍ୟ
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
- Hits: 13








