ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆସନ୍ତା ୧୪ ମାର୍ଚ୍ଚ ୨୦୨୬ ରେ ପାରଳାଖେମୁଣ୍ଡି , ରା.ଉଦୟଗିରି , ମୋହନା ଓ କାଶୀନଗରରେ ଅଦାଲତ ପରିସରରେ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଅଛି ।
ଏହି ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ପ୍ରାକ-ସ୍ତରୀୟ ମକଦ୍ଦମା ଓ ବିଚାରଧିନ ମକଦ୍ଦମା ଯଥା ଫୌଜଦାରୀ (ସାଲିସ ଯୋଗ୍ୟ) , ଚେକ ବାଉନସ , ସମାଧାନଯୋଗ୍ୟ ଟ୍ରାଫିକ୍ ଚାଲାଣ , ବ୍ୟାଙ୍କ ଋଣ , ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ , ଶ୍ରମ ବିବାଦ , ଲୋକସେବା ସମ୍ବନ୍ଧୀୟ ମାମଲା , ବୈବାହିକ ବିବାଦ (ଛାଡପତ୍ର ବ୍ୟତୀତ) , ପାରିବାରିକ ବିବାଦ , ଜମି ଅଗ୍ରହଣ , ଚାକିରି ସମ୍ୱନ୍ଧୀୟ (ପେନସନ) , ରାଜସ୍ବ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ମାମଲାର ବିଚାରଣା ହେବ।
ଲୋକ ଅଦାଲତରେ ମକଦ୍ଦମା ଅବା ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ପଡିବ ନାହିଁ। ଲୋକ ଅଦାଲତଙ୍କ ରାୟ ବୈଧ ଓ ଚୁଡାନ୍ତ। ଦୀର୍ଘଦିନ ଧରି ଚାଲୁରହିଥିବା ମକଦ୍ଦମାର ସହଜ ସମାଧାନ ପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇବା ପାଇଁ ଏହା ଏକ ସୁଯୋଗ। ସବିଶେଷ ବିବରଣୀ ନିମନ୍ତେ ନୂତନ କୋର୍ଟ ପରିସରରେ ଥିବା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ , ପାରଳାଖେମୁଣ୍ଡି , ରା.ଉଦୟଗିରି ଓ ମୋହନା କୋର୍ଟ ପରିସରରେ ଥିବା ତାଲୁକା ଆଇନ୍ ସେବା କମିଟି କାର୍ଯ୍ୟାଳୟ ସହିତ ଯୋଗଯୋଗ କରିବା ପାଇଁ ଅନୁରୋଧ କରାଯାଉଛି।
ରାଜ୍ୟ
ମାର୍ଚ୍ଚ ୧୪ ରେ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ
- Hits: 13








