ଓଡ଼ଗାଁ,୪।୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଗୌଡ଼ପୁଟ ପଞ୍ଚାୟତ ଝାଙ୍ଗୀରାମ ଉଚ୍ଚ ବିଦ୍ୟାଳୟର ଗୌଡ଼ପୁଟର ବାର୍ଷିକୋତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଫକୀରମୋହନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବାର୍ଷିକୋତ୍ସବରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଓଡ଼ଗାଁ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ତଥା ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ରାଜକିଶୋର ସାହୁ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ ।
ସେହିପରି ସରପଞ୍ଚ ତ୍ରିନାଥ ନାୟକ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଆନନ୍ଦ ଚନ୍ଦ୍ର ବାରିକ, ପଞ୍ଚଶଖା ସମିତି ସେତୁ ସଭାପତି ସୁରଥ ପ୍ରଧାନ, ଯଦୁପୁର ବିଦ୍ୟାଳୟ ପ୍ରଧାନ ଶିକ୍ଷକ ତ୍ରିନାଥ ପ୍ରଧାନ,ପୁରାତନ ଛାତ୍ର ପ୍ରତିନିଧି ନିତ୍ୟାନନ୍ଦ ପ୍ରଧାନ, ଗୌଡ଼ପୁଟ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀଧର ପରିଡ଼ା ସମ୍ମାନ ଅତିଥି ଭାବେ ଯୋଗ ଦେଇଥିଲେ। ବିଭିନ୍ନ ପ୍ରତିଯୋଗିତାର ସଫଳ ପ୍ରତିଯୋଗୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ସଭା ପରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।








