ହେଡଲାଇନସ୍:

ଗଜପତି ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ତଥା ଜିଲ୍ଲା ପ୍ରଶାସନ ଗଜପତିଙ୍କ ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ରାୟଗଡ ବ୍ଲକ୍ ଅନ୍ତର୍ଗତ ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଅଛି।
ଏହି ମେଳାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶ୍ରୀଯୁକ୍ତ ଜି.ତିରୁପତି ରାଓ , ସଭାପତି, ଜିଲ୍ଲାପରିଷଦ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ , ଶ୍ରୀ ଜ୍ୟୋତି ପ୍ରସାଦ ପାଣି , ଉପ-ଅଧ୍ୟକ୍ଷ ,ପଞ୍ଚାୟତ ସମିତି ରାୟଗଡ , ଶ୍ରୀମତୀ ଗୌତମୀ ଜାନି , ଜିଲ୍ଲାପରିଷଦ ସଭ୍ୟା ରାୟଗଡ ପ୍ରମୁଖ ମଞ୍ଚାସିନ ଥିଲେ। ଏହି ନିଯୁକ୍ତି ମେଳାରେ ଜିଲ୍ଲାର ସମସ୍ତ ବ୍ଲକ ରୁ ମୋଟ ୬୧୧ଜଣ ଯୁବକ ଓ ଯୁବତୀମାନେ ସେମାନଙ୍କ ନାମ ପଞ୍ଜିକରଣ କରିଥିବା ବେଳେ ୩୭୪ ଜଣଙ୍କୁ ଚୟନ କରଯାଇଛି। ସେଥିମଧ୍ୟରୁ ୬୭ ଜଣଙ୍କୁ ସ୍ବୀକୃତି ପତ୍ର ପ୍ରଦାନ କରାଯାଇଛି। ନିଯୁକ୍ତି ମେଳାରେ ୧୯ଗୋଟି ସଂସ୍ଥା ପ୍ରମୁଖ ଅଂଶ ଗ୍ରହଣ କରିଥିଲେ।
ଉକ୍ତ ମେଳାରେ ରାଜ୍ୟ ଓ ରାଜ୍ୟବାହାରର ଘରୋଇ କମ୍ପାନୀ ମାନେ ଯୋଗଦେଇ ପ୍ରତ୍ୟେକ ନିଯୁକ୍ତିର ସୁଯୋଗ ପ୍ରଦାନ କରିବା ସହିତ କିଛି ଘରୋଇ କମ୍ପାନୀ ତାଲିମ୍ ପ୍ରଦାନ ପରେ ନିଯୁକ୍ତି ପ୍ରଦାନ କରିବେ।
ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଶ୍ରୀ ସୌଭାଗ୍ୟ ସ୍ମୃତି ରଞ୍ଜନ ତ୍ରିପାଠୀ ପ୍ରାରମ୍ଭିକ ସୂଚନା ପ୍ରଦାନ ସହ ଧନ୍ୟବାଦ ଅର୍ପଣ କରିଥିଲେ।
ଏହି କାର୍ଯ୍ୟକ୍ରମରେ ବିଭାଗିୟ କର୍ମଚାରୀ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ ବିଭିନ୍ନ ସଂସ୍ଥାର ପ୍ରତିନିଧି ପ୍ରମୁଖ ଯୋଗଦେଇଥିଲେ।

0
0
0
s2sdefault