ବାଣପୁର:(ସେକ୍ କୌସର ):ଆଜି ଜିଲ୍ଲାପ୍ରଶାସନ ଏବଂ ପୋଲିସ ପ୍ରଶାସନ ମିଳିତ ଆନୁକୁଲ୍ୟରେ ବାଣପୁର ବ୍ଲକ୍ ଅନ୍ତର୍ଗତ ଗାଲୁଆ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ପୂର୍ବାହ୍ନରେ ପଲ୍ଲୀରେ ଜିଲ୍ଲା ପ୍ରଶାସନ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ ଜନ ଶୁଣାଣି ଶିବିର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଖୋର୍ଦ୍ଧା ଶ୍ରୀ ଜ୍ୟୋତିଶଙ୍କର ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ଜିଲ୍ଲା ପରିଷଦ ଉପ ସଭାପତି ଶ୍ରୀ ଗୋପୀନାଥ ମହାରଣା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅନାଦି ଚରଣ ସେଠୀ, ଉପଜିଲ୍ଲାପାଳ ଶ୍ରୀ ସଂକଳ୍ପ ସ୍ଵସ୍ତିକ ସାହୁ, ବାଣପୁର ପଂଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ଅମରେନ୍ଦ୍ର ରଣସିଂହ,ବ୍ଲକ୍ ଉନ୍ନୟନ ଅଧିକାରୀ, ବାଣପୁର , ତହସିଲଦାର, ବାଣପୂର,ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ଵରୀ କଅଁର , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ ଯୋଗଦେଇଥିଲେ l ଆଜିର ଅଭିଯୋଗ ଶୁଣାଣି ରେ ମୋଟ ୫୨ ଗୋଟି ଅଭିଯୋଗ ଆସିଥିବାବେଳେ ତନ୍ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୩୯ ଗୋଟି ଏବଂ ଗ୍ରାମୀଣ ସମସ୍ୟା ଜନିତ ୧୩ ଗୋଟି ଅଭିଯୋଗ ଆସିଥିଲା l ଶିବିରରେ ତତ୍କାଳ ୦୪ ଗୋଟି ଅଭିଯୋଗ ର ସମାଧାନ କରାଜାଇଥିବାବେଳେ ଅନ୍ୟ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀ ଙ୍କୁ ଯଥାଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଶିକ୍ଷା, ସ୍ଵାସ୍ଥ୍ୟ, ଗମନାଗମନ, କୃଷି,ଏବଂ ବିଭିନ୍ନ ଅତ୍ୟାବଶ୍ୟକ ସେବା ଅଧିକାରୀ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ମାନେ ଯୋଗଦେଇଥିଲେ l
ରାଜ୍ୟ
ଜିଲ୍ଳା ପ୍ରଶାସନର ଗାଲୁଆ ଗ୍ରାମ ପଂଚାୟତ ରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି l
- Hits: 2








