ହେଡଲାଇନସ୍:

ଭଞ୍ଜନଗର ରେ ମିଳିତ ଅଭିଯୋଗ ଶୁଣାଣି: ୯୭ଟି ଅଭିଯୋଗ ଗ୍ରହଣ ପତ୍ର ଗ୍ରହଣ, ୧୪ ଟିର ତ୍ୱରିତ ସମାଧାନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 


ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା ) ଶାସକ ପ୍ରଶାସକ: ଭଞ୍ଜନଗର ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ସୋମବାର ମାର୍ଚ୍ଚ ମାସ ୨ ତାରିଖ ଦିନ ଗଞ୍ଜାମଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଆୟୋଜିତ ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁନୀଲ କୁମାର କେରକେଟା , ଉପ ଜିଲ୍ଲାପାଳ ଶ୍ରୀଯୁକ୍ତ ଉମାଶଙ୍କର ବେହେରା ଓ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଭଞ୍ଜନଗର ଶ୍ରୀଯୁକ୍ତ ରଞ୍ଜନ କୁମାର ଦେ , ଯୋଗଦାନ କରି ମୋଟ ୯୭ ଟି ଅଭିଯୋଗର ଶୁଣାଣୀ କରିଥିଲେ ।
ଏଥିରେ ୧୪ ଟି ଅଭିଯୋଗର ତ୍ୱରିତ ସମାଧାନ ଶିବିରରେ କରାଯାଇଥିବା ବେଳେ ଅନ୍ଯ ଅଭିଯୋଗର ତ୍ବରିତ୍ ସମାଧାନ ପାଇଁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ରେଡକ୍ରସ୍ ପାଣ୍ଠିରୁ ୬ଜଣ ବ୍ଯକ୍ତିଙ୍କୁ ଆର୍ଥିକ ସହାୟତା ୪୭,୫୦୦ ଟଙ୍କା ଯୋଗାଇ ଦିଆଯାଇଥିଲା । ସ୍ଥାନୀୟ ଜନସାଧାରଣ ଶିକ୍ଷା,କୃଷି, ସ୍ବାସ୍ଥ୍ଯ, ଭତ୍ତା, ଖାଦ୍ଯ ସୁରକ୍ଷା, ଗୃହ ନିର୍ମାଣ, ଜିବିକା ମିଶନ୍, ରାଜସ୍ବ, ଜମିଜମା ସମ୍ବନ୍ଧୀୟ ବିଭିନ୍ନ ସମସ୍ଯା ସମ୍ପର୍କରେ ଅତିରିକ୍ତ ଜିଲ୍ଲାପାଳ ଙ୍କୁ ଅବଗତ କରିଥିଲେ ।
ଏହି ଶିବିରରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ଭଞ୍ଜନଗର ଉପଖଣ୍ଡ ର ସମସ୍ତ ଅଧିକାରୀ, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାରତି ଦେବି,ତହସିଲଦାର ଅଭିପ୍ସା ପଟ୍ଟନାୟକ, ପୈ।ରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ମୁରଲି କୃଷ୍ଣ ପଣ୍ଡା ଓ ଅନ୍ଯାନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ଭଞ୍ଜନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ଉପସ୍ଥିତ ରହି ଜନଶୁଣାଣୀ ପରିଚାଳନାରେ ସହଯୋଗ କରିଥିଲେ। ଏବଂ ଏଥିରେ ଉପଖଣ୍ଡ ସ୍ତରୀୟ ସୂଚନା ଲୋକସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ନାୟକ ମଧ୍ୟ ଉପସ୍ଥିତ ଥିଲେ।

0
0
0
s2sdefault