ହେଡଲାଇନସ୍:

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନୀଦ୍ର ହୋନନାଗା , ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା , ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ଅଭିଯୋଗ ଶୁଣାଣୀ କରିଥିଲେ। ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ-୯୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୮୨ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା - ୧୪ ଗୋଟି ଅଭିଯୋଗ ଆସିଥିଲା। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୌର ଚନ୍ଦ୍ର ପଟ୍ଟନାୟକ , ସ୍ଥାନୀୟ ତହସିଲଦାର ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

0
0
0
s2sdefault