ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନୀଦ୍ର ହୋନନାଗା , ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା , ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ଗୁମ୍ମା ବ୍ଲକ ପଞ୍ଚାୟତ ସମିତିର ସମୁଦାୟ ମୋଟ-୮୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୬ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା - ୩୦ ଗୋଟି ଅଭିଯୋଗ ଆସିଥିଲା। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଦୁଇ ଜଣ ଦିବ୍ୟାଙ୍ଗକୁ ବିବାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ସେହିପରି ୩୦ ଜଣଙ୍କୁ ଜଙ୍ଗଲ ଜମିପଟ୍ଟା ପ୍ରଦାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦୁଲାରାମ୍ ମାରାଣ୍ଡି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

0
0
0
s2sdefault