ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଇତିହାସ ବିଭାଗର ପାଠ ଚକ୍ର

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )- ସ୍ଥାନୀୟ ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଇତିହାସ ବିଭାଗ ତରଫରୁ ବୀର ସୁରେନ୍ଦ୍ର ସାଏଙ୍କ ସମ୍ପର୍କରେ ଏକ ପାଠ ଚକ୍ର ଅନୁଷ୍ଠିତ ହୋଇଯାଇଛି I ଅନୁଷ୍ଠାନ ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ତଥା ସାଧନ ବ୍ୟକ୍ତିତ୍ୱ ଭାବେ ବୁଗୁଡ଼ା ପିପୁଲ୍ସ ମହାବିଦ୍ୟାଳୟର ଇତିହାସ ବିଭାଗ ଅଧ୍ୟାପକ ରବୀନ୍ଦ୍ର ନାଥ ପୋଲେଇ ଯୋଗ ଦେଇ ବୀର ସୁରେନ୍ଦ୍ର ସାଏଙ୍କ ଜୀବନୀ ଏବଂ ସଂଗ୍ରାମୀ ଜୀବନର ମହତ୍ତ୍ୱ ସମ୍ପର୍କରେ ଆଲୋଚନା କରିଥିଲେ I କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ରୂପେ ଅଧ୍ୟାପକ ଅଜୟ କୁମାର ବିଶ୍ୱାଳ, ଅଧ୍ୟାପକ ସପନ କୁମାର ପ୍ରଧାନ ଯୋଗ ଦେଇଥିଲେ I ଇତିହାସ ବିଭାଗୀୟ ମୁଖ୍ୟ ଅଧ୍ୟାପକ ଅଶୋକ କୁମାର ସ୍ୱାଇଁ କାର୍ଯ୍ୟକ୍ରମ ପରିଚାଳନା କରିବା ସହ ବୀର ସୁରେନ୍ଦ୍ରସାଏଙ୍କ ସମ୍ପର୍କରେ ଆଲୋଚନା କରିଥିଲେ I ଯୁକ୍ତ ତିନି ଶେଷ ବର୍ଷର ଛାତ୍ରୀ ସୁନିତା କୁମାରୀ ପ୍ରଧାନ ପାଠଚକ୍ରର ସନ୍ଦର୍ଭ ପାଠ କରିଥିଲେ I ଏହି ପାଠଚକ୍ରରେ ଇତିହାସ ବିଭାଗର ସମସ୍ତ ଛାତ୍ରଛାତ୍ରୀ ଯୋଗ ଦେଇ କାର୍ଯ୍ୟକ୍ରମକୁ ସଫଳ କରାଇଥିଲେ I ଅଧ୍ୟାପକ ଅଜୟ କୁମାର ବିଶ୍ୱାଳ ଧନ୍ୟବାଦ ଜ୍ଞାପନ କରିଥିଲେ I

0
0
0
s2sdefault