ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି।
ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ , ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା , ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ , ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ଗୋଷାଣୀ ବ୍ଲକ ପଞ୍ଚାୟତ ସମିତିର ସମୁଦାୟ ମୋଟ- ୧୦୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୯ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା -୪୪ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜଣ ଦିବ୍ୟାଙ୍ଗକୁ ବିବାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି ଓ ୫ଜଣଙ୍କୁ ନୂତନ ପେନସନ ଯୋଜନାରେ ସାମିଲ କରାଯାଇଛି । ସେହିପରି ୩୦ ଜଣଙ୍କୁ ଜମି ଉତ୍ତରାଧିକାରୀ ଜମିପଟ୍ଟା ପ୍ରଦାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଏନ୍.ବୀରାରାଜୁ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ , ପାରଳାଖେମୁଣ୍ଡି ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
ରାଜ୍ୟ
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
- Hits: 11








