ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା ) ଶାସକ ପ୍ରଶାଶକ: ଗଞ୍ଜାମ ଜିଲ୍ଲା ଆସିକା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଆଜି ସୋମବାର ମାର୍ଚ୍ଚ ମାସ ୧୬ ତାରିଖ ୨୦୨୬ ଦିବସ ରେ ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ କୀର୍ତ୍ତି ଭାସନ ଭି , ଉପଜିଲ୍ଲାପାଳ, ଭଞ୍ଜନଗର ଶ୍ରୀ ଉମାଶଙ୍କର ବେହେରା ଓ ଆରକ୍ଷୀ ଅଧୀକ୍ଷକ, ଗଞ୍ଜାମ ଶ୍ରୀ ଶୁଭେନ୍ଦୁ କୁମାର ପାତ୍ର, ଯୋଗଦାନ କରି ମୋଟ ୧୫୫ ଟି ଅଭିଯୋଗର ଶୁଣାଣୀ କରିଥିଲେ ।
ଏଥିରେ ୧୪ ଟି ଅଭିଯୋଗର ସମାଧାନ ଶିବିରରେ କରାଯାଇଥିବା ବେଳେ ଅନ୍ଯ ଅଭିଯୋଗର ତ୍ବରିତ୍ ସମାଧାନ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ରେଡକ୍ରସ୍ ପାଣ୍ଠିରୁ ୮ଜଣ ବ୍ଯକ୍ତିଙ୍କୁ ଆର୍ଥିକ ସହାୟତା ୬୨,୫୦୦ ଟଙ୍କା ଓ ୬ ଜଣ ବ୍ଯକ୍ତିଙ୍କୁ ଟ୍ରାଇ ସାଇକଲ ଯୋଗାଇ ଦିଆଯାଇଥିଲା । ସ୍ଥାନୀୟ ଜନସାଧାରଣ ଶିକ୍ଷା,କୃଷି, ସ୍ବାସ୍ଥ୍ଯ, ଭତ୍ତା, ଖାଦ୍ଯ ସୁରକ୍ଷା, ଗୃହ ନିର୍ମାଣ, ଜିବିକା ମିଶନ୍, ରାଜସ୍ବ, ଜମିଜମା ସମ୍ବନ୍ଧୀୟ ବିଭିନ୍ନ ସମସ୍ଯା ସମ୍ପର୍କରେ ଜିଲ୍ଲାପାଳ ଙ୍କୁ ଅବଗତ କରିଥିଲେ । ଏହି ଶିବିରରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ଆସିକା ବ୍ଲକ୍ ର ସମସ୍ତ ଅଧିକାରୀ, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଓ ଅନ୍ଯାନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ଆସିକା ପଞ୍ଚାୟତ ସମିତି କାର୍ଯ୍ୟାଳୟର କର୍ମଚାରୀ ଉପସ୍ଥିତ ରହି ଜନଶୁଣାଣୀ ପରିଚାଳନାରେ ସହଯୋଗ କରିଥିଲେ।
ରାଜ୍ୟ
ଆସିକାରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ରେ ଜିଲ୍ଲାପାଳ, ଉପଜିଲ୍ଲାପାଳ ଓ ଆରକ୍ଷି ଅଧିକ୍ଷକ ଙ୍କ ୧୫୫ ଟି ଅଭିଯୋଗ ଗ୍ରହଣ, ୧୪ ଟିର ତ୍ବରିତ ସମାଧାନ
- Hits: 41








