ହେଡଲାଇନସ୍:

ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବେଲଗୁଣ୍ଠା,୨୦/୦୩-(ଶିବରାମ ଚୌଧୁରୀ ), ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ପଦାର୍ଥ ବିଜ୍ଞାନ ଏବଂ ରସାୟନ ବିଜ୍ଞାନ ବିଭାଗର .ମିଳିତ ଆନୁକୂଲ୍ୟରେ ଅନ୍ତିମ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ପ୍ରଥମ ଏବଂ ଦ୍ୱତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ଦ୍ୱାରା ଆୟୋଜିତ ଏହି ଉତ୍ସବରେ ଅନୁଷ୍ଠାନ ଅଧ୍ୟକ୍ଷ ଡ ଗିରିଧର ନାୟକ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପ୍ରଶାସନିକ ଅଧିକାରୀ ଡ.ଇ.ରବିନାରାୟଣ ପାତ୍ର ଯୋଗ ଦେଇ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ପ୍ରଥମ ଏବଂ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ଉପଦେଶ ଦେଇଥିଲେ I ଏଥିରେ ଅନ୍ୟତମ ଅତିଥି ରୂପେ ଡ.ସଞ୍ଜିବ୍ କୁମାର ଦାଶ ଏବଂ ଡ.ସଞ୍ଜୟ କୁମାର ପଣ୍ଡା ଯୋଗ ଦେଇଥିଲେ I ସମସ୍ତ ଅତିଥି ଛାତ୍ରଛାତ୍ରୀଙ୍କ ଉଜ୍ଜ୍ଵଳ ଭବିଷ୍ୟତ କାମନା କରିବା ସହିତ ସେମାନେ ନିଜକୁ ଭଲ ମଣିଷ କରି ଗଢ଼ି ତୋଳିବା ପାଇଁ ପରାମର୍ଶ ଦେଇଥିଲେ I

0
0
0
s2sdefault