ହେଡଲାଇନସ୍:

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ କଣ୍ଢେଇ ଦିବସ ପାଳିତ ।

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 


ପଦ୍ମପୁର / ଶିବାଶିଷ ପଟ୍ଟନାୟକ (୨୧/୦୩) :- ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ କଣ୍ଢେଇ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସଭାପତି ଶ୍ରୀଯୁକ୍ତ ପୃଥିରାଜ ସାହୁ ଯୋଗଦେଇ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ କଣ୍ଢେଇ ଦିବସ ବିଷୟରେ ଆଲୋକପାତ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ଅତିଥି ପରିଚୟ ଓ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ। ପରିଚାଳନା ସମିତି ସଦସ୍ୟା ଶ୍ରୀମତୀ ଅଲିଭା ରଥ ମାର୍ଗ ଦର୍ଶନ କରିଥିଲେ। ଏହି କାର୍ଯ୍ୟକ୍ରମ କୁ ଜୀବନାନନ୍ଦ ଶତପଥୀ ସଂଯୋଜନା କରିଥିବା ବେଳେ ପ୍ରାତଃ ପର୍ଯ୍ୟାୟ ପ୍ରମୁଖା ଶ୍ରୀମତୀ ସୁଜାତା ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।ପରେ ପରେ କଣ୍ଢେଇ ପ୍ରଦର୍ଶନ ହୋଇଥିଲା। ଏହି କାର୍ଯ୍ୟକ୍ରମ ରେ ଶତାଧିକ ଅଭିଭାବକ ଅଭିଭାବିକା ମାନେ ଯୋଗ ଦେଇଥିଲେ। ସମସ୍ତ ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।

0
0
0
s2sdefault