ହେଡଲାଇନସ୍:

ବାଲେଶ୍ବର ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବାଲିଆପାଳ, ତା: ୨୩/୦୩/୨୦୨୬:    ଆଜି ସକାଳ ଘ: ୧୦ ଟିକା ସମୟରେ ବାଲେଶ୍ୱର ଜିଲ୍ଲାର ବାଲିଆପାଳ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୁର ବିକାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ପ୍ରତ୍ୟୁଷ ଦିବାକରଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ବାଲିଆପାଳ ପଞ୍ଚାୟତ ସମିତି ଅଧୀନସ୍ଥ ବିଭିନ୍ନ ଗ୍ରାମ ପଞ୍ଚାୟତରୁ ୧୧୫ ଜଣ ଅଭିଯୋଗକାରୀ ନିଜର ଅଭିଯୋଗ ଫର୍ଦ୍ଦ ଉପସ୍ଥାପନ କରିଥିଲେ। ସେଥି ମଧ୍ୟରୁ ୧୧୩ ଗୋଟି ବ୍ୟକ୍ତିଗତ ଏବଂ ୨ ଗୋଟି ସାମୁହିକ ଅଭିଯୋଗ ସମ୍ପର୍କିତ ଅଟେ । ଏହି ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମରେ ୭ ଗୋଟି ଅଭିଯୋଗର ତତକାଳ ସମାଧାନ କରାଯାଇଥିଲା I
ଏହି କାର୍ଯ୍ୟକ୍ରମରେ ବାଲେଶ୍ୱର ଜିଲ୍ଲାପାଳ, ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶ, ଆରକ୍ଷୀ ଅଧିକ୍ଷକ, ବାଲେଶ୍ୱର, ଶ୍ରୀଯୁକ୍ତ ପ୍ରତ୍ୟୁଷ ଦିବାକର, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ହେମନ୍ତ ସିଂ, ଉପ ଜିଲ୍ଲାପାଳ, ବାଲେଶ୍ୱର, ଶ୍ରୀଯୁକ୍ତ ଶିବ ମାଲବ୍ୟ, କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀଯୁକ୍ତ ସଂଜୟ କୁମାର ରାଉତଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।
ପରିଶେଷରେ ଜିଲ୍ଲାପାଳ ମହୋଦୟ ସ୍ଥାନୀୟ ଅଞ୍ଚଳର କିଛି ଦିବ୍ଯାଙ୍ଗ ଲୋକମାନଙ୍କୁ ହ୍ୱିଲ ଚେୟାର ବଣ୍ଟନ କରିଥିଲେ । ପ୍ରଶାସନର ଏହି ଭଳିଆ ପଦକ୍ଷେପ ପାଇଁ ସ୍ଥାନୀୟ ଅଞ୍ଚଳରେ ବେଶ ଉତ୍ସାହ ଦେଖିବାକୁ ମିଳିଛି । ହ୍ୱିଲ ଚେୟାର ପାଇଥିବା ଦିବ୍ଯାଙ୍ଗ ଲୋକମାନେ ଜିଲ୍ଲା ପ୍ରଶାସନକୁ ସାଧୁବାଦ ଜଣାଇଛନ୍ତି ।

0
0
0
s2sdefault