ଜଗତସିଂହପୁର ତା ୨୩.୦୩.୨୦୨୬/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୧୧୭ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୯୭ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୨୦ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୮ ଟି, ଆବାସ ପାଇଁ ୨୦ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୨୫ ଟି, ଭତ୍ତା ପାଇବା ପାଇଁ ୪ ଟି, ପୋଲିସ ସହାୟତା ପାଇଁ ୭ ଟି ଏବଂ ଅନ୍ୟାନ୍ୟ ୨୭ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୬ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ , ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ , ଉପ ଆରକ୍ଷୀ ଅଧିକ୍ଷକ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, କୁଜଙ୍ଗ,ଶ୍ରୀ ଦୀପକ ପ୍ରସାଦ ସ୍ୱାଇଁ, ତହସିଲଦାର, କୁଜଙ୍ଗ, ଶ୍ରୀ ସ୍ୱରୂପ ନନ୍ଦନ ବେହେରା , ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
ରାଜ୍ୟ
କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
- Hits: 6








