ହେଡଲାଇନସ୍:

ଉପଖଣ୍ଡ ସ୍ତରୀୟ ଓଡିଶା ଦିବସ ପାଳିତ ।

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

(ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି): ଗୁଣପୁର ତା:୦୧-୦୪-୨୦୨୬ରିଖ ଦିନ ଗୁଣପୁର ଠାରେ ଉପଖଣ୍ଡ ସ୍ତରୀୟ ଓଡିଶା ଦିବସ ପାଳିତ ହୋଇ ଯାଇଛି । ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ଵାରା ସକାଳୁ ଏକ ଶୋଭାଯାତ୍ରା ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ତାଲିମ କେନ୍ଦ୍ର ଠାରୁ ଆରମ୍ଭ କରାଯାଇ ସହର ପରିକ୍ରମା କରିଥିଲା । ସହରର ବିଭିନ୍ନ ବିଦ୍ୟାଳୟ ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ସାମ୍ବାଦିକ, ବୁଦ୍ଧିଜୀବୀ ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ । ଅତିରିକ୍ତ ତହସିଲଦାର ଲିସାରାଣୀ କହଁର, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଗୋଷ୍ଠୀ ଶିକ୍ଷା ତାଲିମ କେନ୍ଦ୍ର ଅଦ୍ୟକ୍ଷ ମନୋଜ ଶବର ପତାକା ଦେଖାଇ ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ । ଅପରାହ୍ନ ୦୪ଘଟିକା ସମୟରେ ଟାଉନ ହଲ ଠାରେ ଏକ ଝୋଟି ପ୍ରତିଯୋଗିତା ଓ ସାଧାରଣ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଡେପୁଟି କଲେକ୍ଟର ଶୁଭ୍ରସ୍ନାତ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଯୋଗ ଦେଇଥିଲେ । ମୁଖ୍ୟ ବକ୍ତା ଭାବେ ଗୁଣପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସ୍ୱସ୍ତିକ ଜମାଦାର, ସମ୍ମାନିତ ଅତିଥି ଭାବେ ଡେପୁଟି କଲେକ୍ଟର ଯୋହନ ବଡ଼ଭୂୟାଁ ଯୋଗ ଦେଇଥିଲେ । ଅତିଥିମାନେ ଭାଷା ଭିତ୍ତିକ ସ୍ୱତନ୍ତ୍ର ରାଜ୍ୟ ଗଠନରେ ଓଡିଶା ପ୍ରଥମ ହୋଇଥିବା ବେଳେ ରାଜ୍ୟ ଗଠନ ନିମନ୍ତେ ବଳିଦାନ ଦେଇଥିବା ବରପୁତ୍ର ମାନଙ୍କ ସ୍ମୃତି ଚାରଣ କରିଥିଲେ । ଆମେ ଓଡ଼ିଆ ବୋଲି ଗର୍ବ କରିବା ଓ ଓଡ଼ିଶାର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ବଦ୍ଧପରିକର ହେବା ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ । ଓଡିଶା ଦିବସ ପାଳନ ନିମନ୍ତେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା କୃତି ପ୍ରତିଯୋଗୀଙ୍କୁ ପ୍ରଶଂସା ପତ୍ର, ପୁରସ୍କାର ପ୍ରଦାନ ପୂର୍ବକ ସମ୍ମାନିତ କରାଯାଇଥିଲା । ପରେପରେ ବିଭିନ୍ନ ବିଦ୍ୟାଳୟ, ସାଂସ୍କୃତିକ ଅନୁଷ୍ଠାନର ଛାତ୍ର ଛାତ୍ରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟ ଅଧ୍ୟକ୍ଷ, ଅଧ୍ୟଷା, ଶିକ୍ଷକ, ଶିକ୍ଷୟତ୍ରୀ, ଅଭିଭାବକ, ସାମ୍ବାଦିକ ପ୍ରମୁଖ ଯୋଗ ଦେଇଥିଲେ । ଅନନ୍ତ ପାତ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ସମନାଥ ଗମାଙ୍ଗ ସହଯୋଗ କରିଥିଲେ ।

0
0
0
s2sdefault