ହେଡଲାଇନସ୍:

ଚନ୍ଦ୍ରଶେଖର ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  • ରାଜ୍ୟରେ ୪୫ ହଜାର ନୂତନ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଜାରି

  • ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଚନ୍ଦ୍ରଶେଖର ସରକାରୀ ଉଚ୍ଚ ବିଦ୍ୟାଳୟର ବିଦ୍ୟାଳୟ ଭିତ୍ତିଭୂମି ବିକାଶ ପାଇଁ ୧୦ କୋଟି ଅନୁଦାନ ଘୋଷଣା, ୭ ଏକର ଜମି ପ୍ରଦାନ କରାଯିବ

 

କେନ୍ଦୁଝର, ୧୧ ଏପ୍ରିଲ ୨୦୨୬: ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ନୁହେଁ, ସେମାନେ ଛାତ୍ରଛାତ୍ରୀଙ୍କ ଚରିତ୍ର ଗଢ଼ନ୍ତି ଓ ସଠିକ୍ ଜୀବନମାର୍ଗ ଦେଖାନ୍ତି, ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୋଦାପଳାସାସ୍ଥିତ ଚନ୍ଦ୍ରଶେଖର ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସରକାର ଗଠନ ପରେ ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବାକୁ ଅନେକ ଯୋଜନା ଓ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି। ଗତ ଦେଢ଼ ବର୍ଷରେ ପ୍ରାୟ ୨୦ ହଜାର ଶିକ୍ଷକ ନିଯୁକ୍ତି ହୋଇଥିବା ବେଳେ ଆଗାମୀଦିନରେ ଆହୁରି ୪୫ ହଜାର ନୂତନ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ସେହିପରି ୧୩ ହଜାର ସ୍କିମାଟିକ୍ ଶିକ୍ଷକଙ୍କୁ ନିୟମିତ କରାଯାଇଛି।


Imageମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ୨୦୨୬-୨୭ ଆର୍ଥିକ ବର୍ଷରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ୩୧,୯୯୭ କୋଟି ଟଙ୍କାରୁ ଅଧିକ ପ୍ରାବଧାନ ରଖାଯାଇଛି, ଯାହା ମୋଟ ବଜେଟର ୧୦.୩ ପ୍ରତିଶତ। ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ କରି ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ପାଇଁ ପଦକ୍ଷେପ ନିଆଯାଇଛି ଏବଂ ପ୍ରଥମ ପର୍ଯ୍ୟାୟରେ ୨,୨୦୦ ପଞ୍ଚାୟତରେ ଏହାର କାମ ଆରମ୍ଭ ହୋଇଛି।


Imageଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ୩ କୋଟି ଟଙ୍କା ଅନୁଦାନ ଘୋଷଣା କରାଯାଇଥିବା ବେଳେ, ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ପାଇଁ ୧୦ କୋଟି ଟଙ୍କା ଓ ୭ ଏକର ଜମି ଯୋଗାଣ ସମ୍ବନ୍ଧରେ ମଧ୍ୟ ଘୋଷଣା କରାଯାଇଛି।

ସେହିପରି ପିଏମ୍ ଶ୍ରୀ ଯୋଜନାରେ ରାଜ୍ୟର ୮୦୦ ବିଦ୍ୟାଳୟକୁ ଉତ୍କର୍ଷ କେନ୍ଦ୍ରରେ ପରିଣତ କରାଯାଉଥିବା ସହ ନିପୁଣ ଓଡ଼ିଶା ମିଶନ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମୌଳିକ ସ୍ୱାକ୍ଷରତା ଓ ସଂଖ୍ୟାଜ୍ଞାନ ବିକାଶ ଉପରେ ଜୋର ଦିଆଯାଉଛି।

Imageଏହି କାର୍ଯ୍ୟକ୍ରମରେ ତେଲକୋଇ ବିଧାୟକ ଶ୍ରୀ ଫକିର ମୋହନ ନାୟକ, ପାଟଣା ବିଧାୟକ ଶ୍ରୀ ଅଖିଳ ଚନ୍ଦ୍ର ନାୟକ, କେନ୍ଦୁଝର ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମମିତା ନାୟକ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରଧାନଶିକ୍ଷକ ଶ୍ରୀ ନିଳାମ୍ବର ମହାନ୍ତ ସ୍ବାଗତ ଭାଷଣ ଦେଇଥିବା ବେଳେ ସମାଜସେବୀ ଶ୍ରୀ ଜଗନ୍ନାଥ ସିଂହ ଧନ୍ୟବାଦ ଜଣାଇଥିଲେ।

0
0
0
s2sdefault