ହେଡଲାଇନସ୍:

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନୀଲ କାନ୍ତ ମହାନ୍ତି , ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ , ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି କାଶୀନଗର ପଞ୍ଚାୟତ ସମିତିର ସମୁଦାୟ ମୋଟ- ୧୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୭ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା - ୮ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୪ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ କାଶୀନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟାମ୍ମା , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡମ୍ବରୁଧର ମଲ୍ଲିକ , ତହସିଲଦାର ଶ୍ରୀ ସୁଧୀର କୁମାର ନନ୍ଦ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

0
0
0
s2sdefault