ହେଡଲାଇନସ୍:

ବେଲଗୁଣ୍ଠା ରେ ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ।

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବେଲଗୁଣ୍ଠା - ୧୩/୪-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷ ଠାରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି।
ଅତିରିକ୍ତ ଜିଲ୍ଲାପାଳ ଡ.ପ୍ରମୋଦ କୁମାର ପୃଷ୍ଟି , ଆରକ୍ଷୀ ଅଧୀକ୍ଷକ ଗଞ୍ଜାମ ଶୁଭେନ୍ଦୁ କୁମାର ପାତ୍ର, ଭଞ୍ଜନଗର ଉପ ଜିଲ୍ଲାପାଳ ଉମାଶଙ୍କର ବେହେରା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଭଞ୍ଜନଗର ରଞ୍ଜନ କୁମାର ଦେ , ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ମମତା ଭୋଳ, ତହସିଲଦାର କଳାକୃଷ୍ଣ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ହରି ଶିଙ୍ଗାପୁରମ ,ଯୋଗଦେଇ ମୋଟ ୧୬୬ଟି ଅଭିଯୋଗର ଶୁଣାଣୀ କରିଥିଲେ । ୫ଟି ଅଭିଯୋଗର ସମାଧାନ ଶିବିରରେ କରାଯାଇଥିବା ବେଳେ ଅନ୍ଯ ଅଭିଯୋଗର ତ୍ବରିତ୍ ସମାଧାନ ପାଇଁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ରେଡକ୍ରସ୍ ପାଣ୍ଠିରୁ ୪ ଜଣ ବ୍ଯକ୍ତିଙ୍କୁ ଆର୍ଥିକ ସହାୟତା ୨୫୦୦୦ ଟଙ୍କା ଯୋଗାଇ ଦିଆଯାଇଥିଲା ସ୍ଥାନୀୟ ଜନସାଧାରଣ ଶିକ୍ଷା,କୃଷି, ସ୍ବାସ୍ଥ୍ଯ, ଭତ୍ତା, ଖାଦ୍ଯ ସୁରକ୍ଷା, ଗୃହ ନିର୍ମାଣ, ଜିବିକା ମିଶନ୍, ରାଜସ୍ବ, ଜମିଜମା ସମ୍ବନ୍ଧୀୟ ବିଭିନ୍ନ ସମସ୍ଯା ସମ୍ପର୍କରେ ଅତିରିକ୍ତ ଜିଲ୍ଲାପାଳ ଙ୍କୁ ଅବଗତ କରିଥିଲେ ।
ଏହି ଶିବିରରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବେଲଗୁଣ୍ଠା ବ୍ଲକର ସମସ୍ତ ଅଧିକାରୀ, ପ୍ରଶାସନ ତଥା ସରକାରୀ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ବେଲଗୁଣ୍ଠା ବ୍ଲକ କାର୍ଯ୍ୟାଳୟର କର୍ମଚାରୀ ଉପସ୍ଥିତ ରହି ଜନଶୁଣାଣୀ ପରିଚାଳନାରେ ସହଯୋଗ କରିଥିଲେ।

0
0
0
s2sdefault