ବାଲୁଗାଁ:(ସେକ୍ କୌସର):ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ-ବାଣପୁର ସହରରେ ହନୁମାନ ଜୟନ୍ତୀ ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ବଜରଙ୍ଗ ଦଳ ପକ୍ଷରୁ ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବଜରଙ୍ଗ ଦଳ ଚିଲିକା ପ୍ରଖଣ୍ଡର ଆହ୍ଵାନ କ୍ରମେ ଉକ୍ତ ଶୋଭାଯାତ୍ରାରେ ଶହ ଶହ ରାମ ଭକ୍ତ ସାମିଲ ହୋଇଥିଲେ। ଅପରାହ୍ନରେ ଏହି ଶୋଭାଯାତ୍ରା ବାଲୁଗାଁ ମାମୁଁ ଭଣଜା ପାହାଡ଼ ନିକଟରୁ ବାହାରି ବାଲୁଗାଁ ସହର ପରିକ୍ରମା କରିଥିଲା ଏବଂ ଏହାପରେ ବାଣପୁର ସହର ପରିକ୍ରମା କରି ଐତିହାସିକ ପଲଟନ ପଡିଆ ନିକଟରେ ସମାପ୍ତ ହୋଇଥିଲା।ଶୋଭାଯାତ୍ରାରେ ଉଭୟ ସହର ବାଜା ରୋଷଣୀ ସାଙ୍ଗକୁ ‘ଜୟ ଶ୍ରୀରାମ’, ‘ଭାରତ ମାତାକି ଜୟ’, ‘ଜୟ ବଜରଙ୍ଗ ବାଲି’ ଆଦି ଧ୍ୱନିରେ ପ୍ରକମ୍ପିତ ହୋଇ ଉଠିଥିଲା। ଉକ୍ତ ଶୋଭାଯାତ୍ରାରେ ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଚିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ରାଣୀ ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ବାଲୁଗାଁ ବିଜେପି ନଗର ମଣ୍ଡଳ ସଭାପତି ସନ୍ତୋଷ ପାଇକରାୟଙ୍କ ସମେତ ବହୁ ବିଶିଷ୍ଟ ନେତୃବୃନ୍ଦ ଉପସ୍ଥିତ ଥିଲେ।ବାଲୁଗାଁ ଏସଡିପିଓ ସଞ୍ଜୟ କୁମାର ପଟ୍ଟନାୟକ, ବାଲୁଗାଁ ଆଇଆଇସି ଜୟ ପ୍ରକାଶ ପରିଡ଼ା, ବାଣପୁର ଆଇଆଇସି ରମେଶ କୁମାର ଦେବତାଙ୍କ ତତ୍ୱାବଧାନରେ ଉଭୟ ବାଲୁଗାଁ ଓ ବାଣପୁର ପୋଲିସର କଡ଼ା ସୁରକ୍ଷା ମଧ୍ୟରେ ଉକ୍ତ ଶୋଭାଯାତ୍ରା ଶାନ୍ତିଶୃଙ୍ଖଳାରେ ଅନୁଷ୍ଠିତ ହୋଇଥିଲା।
ରାଜ୍ୟ
ଚିଲିକା ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା: ଯୋଗଦେଲେ ଆଇନ ମନ୍ତ୍ରୀ
- Hits: 14








