ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡିଆ ପକ୍ଷ ପାଳନର ଉଦଯାପନୀ ତଥା ଚତୁର୍ଦ୍ଦଶ ଦିବସ ଅବସରରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ପୌର ପରିଷଦ ଦ୍ଵାରା ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲାସ୍ତରୀୟ ଓଡ଼ିଆ ପକ୍ଷ ୨୦୨୬ ପାଳନ ଅବସରରେ ଓଡିଆ ନବବର୍ଷ ଓ ପଣା ସଂକ୍ରାନ୍ତି ମହା ଆଡମ୍ବରେ ପାଳିତ ହୋଇଯାଇଛି।
ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପାରଳା ବିଧାୟକ ଶ୍ରୀ ରୁପେଶ କୁମାର ପାଣିଗ୍ରାହୀ ଯୋଗଦେଇ ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ଏବଂ ଓଡ଼ିଆ ଅସ୍ମିତା କୁ ବଞ୍ଚାଇ ରଖିବାକୁ ଆହ୍ବାନ କରି ଓଡ଼ିଆ ନବ ବର୍ଷ ଓ ପଣା ସଂକ୍ରାନ୍ତି ମହତ୍ତ୍ଵ ର ବିଭିନ୍ନ ଦିଗ ସମ୍ପର୍କରେ କହିଥିଲେ । ସମ୍ମାନିତ ଅତିଥି ଭାବେ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ , ଜିଲ୍ଲାପରିଷଦ , ଗଜପତି ଶ୍ରୀ ପୃଥ୍ବୀରାଜ ମଣ୍ଡଳ , ପାରଳା ପୌର ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଲକ୍ଷ୍ମଣ ମୁର୍ମୁ , ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ ଏବଂ ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜଙ୍କ ସମେତ ତିନିଜଣ କାଉନସିଲର ବାବୁନା ବେହେରା , ନାରାୟଣ ବେହେରା ଏବଂ ବାଳକୃଷ୍ଣ ପାତ୍ର ପ୍ରମୁଖ ଯୋଗ ଦେଇଥିଲେ।
ଓଡିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗଙ୍କ ଆହ୍ଵାନ କ୍ରମେ ଚଳିତ ବର୍ଷ ଏପ୍ରିଲ ୧ ତାରିଖ ଠାରୁ ୧୪ ଏପ୍ରିଲ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ଓଡିଆ ପକ୍ଷ ପାଳନ କରାଯାଇଛି ।
ଏହି ଅବସରରେ ଏହି ଓଡିଆ ନୂତନ ବର୍ଷ ଅବସରରେ ପାରମ୍ପରିକ ପଣାର ବ୍ୟବସ୍ଥା କରାଯାଇ ବଣ୍ଟନ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ମଞ୍ଚସିନ ଅତିଥି ମାନେ ପୁରସ୍କାର ଓ ମାନପତ୍ର ବଣ୍ଟନ କରିଥିଲେ। ଶେଷରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ସମସ୍ତ କାର୍ଯ୍ୟକ୍ରମକୁ ଶ୍ରୀ ଆଦର୍ଶ ଦାସ ପରିଚାଳନା କରିଥିଲେ।
ରାଜ୍ୟ
ଜିଲ୍ଲାସ୍ତରୀୟ ଓଡ଼ିଆ ପକ୍ଷ ପାଳନ ଉଦଯାପିତ : ଓଡିଆ ନବବର୍ଷ ଓ ପଣା ସଂକ୍ରାନ୍ତି ପାଳିତ
- Hits: 47








