ଜିଲ୍ଲାପାଳଙ୍କ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 


ଜଗତସିଂହପୁର, ତା ୨୦.୦୪.୨୦୨୬/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୫୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୩ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୫ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ କାର୍ଡ ସମସ୍ୟା ସମ୍ପର୍କୀୟ ୩ ଟି, ଆବାସ ଯୋଜନା ସମ୍ପର୍କୀୟ ୭ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୮ ଟି, ଭତ୍ତା ପାଇବା ପାଇଁ ୪ ଟି, ପୋଲିସ ସହାୟତା ପାଇବା ପାଇଁ ୪ ଟି ଏବଂ ଅନ୍ୟାନ୍ୟ ୨୩ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୪ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ, ଶ୍ରୀ ଜ୍ୟୋତି ଶଙ୍କର ରାୟ, ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ଅକ୍ଷୟ କୁମାର ପିଲ୍ଲେ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସତ୍ୟବ୍ରତ ଦାଶ,ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ, ବ୍ଲକ୍ ଉନ୍ନୟନ ଅଧିକାରୀ, ଜଗତସିଂହପୁର, ଶ୍ରୀ ଆଶୁତୋଷ ମିଶ୍ର, ତହସିଲଦାର,ଜଗତସିଂହପୁର, ଶ୍ରୀ ଅଜୟ କୁମାର ମହାନ୍ତି,ଜିଲ୍ଲା ସ୍ତରୀୟ ଅଧିକାରୀ, ନିର୍ବାହୀ ଅଧିକାରୀ ପୌର ପରିଷଦ, ଜଗତସିଂହପୁର ,ଶ୍ରୀ ସନ୍ଦିପ ସିଂ,କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ ।

0
0
0
s2sdefault