ହେଡଲାଇନସ୍:

ରାଜ୍ୟ ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ସୁନ୍ଦରଗଡ:(ବସନ୍ତ କୁମାର ଜେନା): ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ କର୍ମନିଯୁକ୍ତି ଯୋଜନା (MGNREGS) ର ସଫଳ ରୂପାୟନ କ୍ଷେତ୍ରରେ ସୁନ୍ଦରଗଡ଼ ଜିଲ୍ଲା ସମଗ୍ର ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରି ଶ୍ରେଷ୍ଠ ଜିଲ୍ଲା ଭାବେ ପୁରସ୍କୃତ ହୋଇଛି।

ଗତକାଲି ବଲାଙ୍ଗୀରଠାରେ ଆୟୋଜିତ ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କଠାରୁ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ କୁନ୍ତୀ ପ୍ରଧାନ ଏବଂ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିଛନ୍ତି। ଏହି ସଫଳତା ପାଇଁ ଜିଲ୍ଲାକୁ ୧୨ ଲକ୍ଷ ଟଙ୍କାର ଅର୍ଥରାଶି ଓ ମାନପତ୍ର ପ୍ରଦାନ କରାଯାଇଛି।

ଏହା ସହିତ ସୁନ୍ଦରଗଡ଼ ଜିଲ୍ଲାର ବିଶ୍ରା ବ୍ଲକ ମଧ୍ୟ ରାଜ୍ୟର ଶ୍ରେଷ୍ଠ ବ୍ଲକ ଭାବେ ବିବେଚିତ ହୋଇ ୧୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ହାସଲ କରିଛି। ଜିଲ୍ଲା ପ୍ରଶାସନ ଓ ତୃଣମୂଳ ସ୍ତରର ପ୍ରତିନିଧିଙ୍କ ନିଷ୍ଠାପର ଉଦ୍ୟମ ଯୋଗୁଁ ଆଜି ସୁନ୍ଦରଗଡ଼ ବିକାଶର ନୂଆ ପରିଚୟ ସୃଷ୍ଟି କରିପାରିଛି।

0
0
0
s2sdefault