ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ନୂଆଗଡ ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନିଦ୍ର ହୋନନାଗ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ନୁଆଗଡ ପଞ୍ଚାୟତ ସମିତିର ସମୁଦାୟ ମୋଟ- ୩୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୩ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା - ୨୦ ଗୋଟି ଅଭିଯୋଗ ଆସିଥିଲା। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୮ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁ , ନୂଆଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର , ତହସିଲଦାର ମୋନାଲିସା ଆଚାରୀ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
ରାଜ୍ୟ
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
- Hits: 37








