ହେଡଲାଇନସ୍:

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ।

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

( କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର):ଗଞ୍ଜାମ ଜିଲ୍ଲା ଓ ଦୌରା ଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀ ଅଶାନ୍ତ କୁମାର ଦାସଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଶ୍ରୀ ବ୍ୟୋମକେଶ ନାୟକଙ୍କ ପରିଚାଳନାରେ ବ୍ରହ୍ମପୁର ଖୋଡ଼ାସିଙ୍ଗ ସ୍ଥିତ ଲିଙ୍ଗରାଜ ଆଇନ ମହାବିଦ୍ୟାଳୟରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l 'ମେଟର ଅଫ ଡ଼ି.କେ ବାସୁ ଭରସେସ ଷ୍ଟେଟ ଅଫ ୱେଷ୍ଟ ବେଙ୍ଗଲ' ଏବଂ 'ପରମାନେଟ ଲୋକ ଅଦାଲତର ପ୍ରତିଷ୍ଠା ଏବଂ କାର୍ଯ୍ୟ' ବିଷୟ ଉପରେ ଏହି ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା l ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଶ୍ରୀ ବ୍ୟୋମକେଶ ନାୟକ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ଲିଙ୍ଗରାଜ ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ା ଏନ.ସି ପଟ୍ଟନାୟକ ଏବଂ ଗଞ୍ଜାମ ଆଇନ ମହାବିଦ୍ୟାଳୟର ଡିନ ଡ଼ା ବିନାୟକ ପଟ୍ଟନାୟକ ଉପସ୍ଥିତ ରହିବା ସହ ଉକ୍ତ ଆଇନ ମହାବିଦ୍ୟାଳୟର ଅନେକ ଛାତ୍ରଛାତ୍ରୀ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ l

0
0
0
s2sdefault