ହେଡଲାଇନସ୍:

ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 

କେନ୍ଦ୍ରାପଡା:୦୪.୦୫.୨୬(ପ୍ରଫୁଲ୍ଲ କୁମାର ମଲ୍ଲ) ମାର୍ଶାଘାଇ ବ୍ଲକରେ ଆଜି ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ସାଧାରଣ ଲୋକ ମାନେ ନିଜ ନିଜ ସମସ୍ୟା ଓ ଅଭିଯୋଗ ଗୁଡ଼ିକୁ ସିଧାସଳଖ ଭାବେ ଜିଲ୍ଲା ପ୍ରଶାସନଙ୍କ ନଜରକୁ ଆଣିଥିଲେ। ଆଜିର ଶିବିରରେ ମୋଟ ୭୨ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ସେଥିମଧ୍ୟରୁ ୫୮ଟି ବ୍ୟକ୍ତିଗତ ଏବଂ ୧୪ଟି ସାମୂହିକ ଅଭିଯୋଗ ଥିଲା। ତଦ୍‌ମଧ୍ୟରୁ ୯ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା ଏବଂ ଅନ୍ୟାନ୍ୟ ଅଭିଯୋଗ ଗୁଡ଼ିକୁ ଶୀଘ୍ର ନିଷ୍ପତ୍ତି ପାଇଁ ସମ୍ପର୍କିତ ବିଭାଗକୁ ପଠାଯାଇଛି। ଏହି ଶିବିରରେ ଜିଲ୍ଲାପାଳ ରଘୁରାମ ଆର. ଆୟର, ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁଧାକର ସାହୁ, ଅତିରିକ୍ତ ଜିଲ୍ଲାପାଳ ନବକୃଷ୍ଣ ଜେନା, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଜ୍ୟୋତି ରଞ୍ଜନ ଗୌଡ଼ ଏବଂ ଡେପୁଟି କଲେକ୍ଟର (ସାଧାରଣ ଓ ବିବିଧ) ସରୋଜ କୁମାର ବେହେରାଙ୍କ ସହିତ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ଜିଲ୍ଲାପାଳ ପୂର୍ବରୁ ମାର୍ଶାଘାଇ ବ୍ଲକରେ ଆୟୋଜିତ ଅଭିଯୋଗ ଶୁଣାଣି ଶିବିରର ଅଭିଯୋଗ ଗୁଡ଼ିକର ସମୀକ୍ଷା ମଧ୍ୟ କରିଥିଲେ।
ପ୍ରକାଶ ଥାଉକି, ଆସନ୍ତା ୧୧ ମଇରେ ମହାକାଳପଡ଼ା ବ୍ଲକ, ୧୮ ମଇରେ ଡେରାବିଶ ବ୍ଲକ ଏବଂ ୨୫ ମଇରେ ଗରଦପୁର ବ୍ଲକରେ ଏହିପରି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ।

0
0
0
s2sdefault