ହେଡଲାଇନସ୍:

ଭୁବନେଶ୍ୱର ବାଲିଅନ୍ତା ଅଞ୍ଚଳରେ ଯୁବକଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 

  • ଡି.ଜିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ

  • ଏଭଳି ମବ୍ ଲିଞ୍ଚିଙ୍ଗ୍ ବା ଭିଡ଼ ହତ୍ୟା ଘଟଣାର ଯେପରି ପୁନରାବୃତ୍ତି ନ ହୁଏ, ସେଥିପ୍ରତି ସତର୍କ ରହିବାକୁ ପରାମର୍ଶ

  • ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ମଧ୍ୟ ଆସନ୍ତାକାଲି ବାଲିଅନ୍ତା ଯିବେ, ସମ୍ପୃକ୍ତ ମହିଳାମାନଙ୍କ ସହିତ ଆଲୋଚନା କରି ସତ୍ୟାସତ୍ୟର ଅନୁସନ୍ଧାନ କରିବେ

ଭୁବନେଶ୍ୱର, ୦୭ ମେ ୨୦୨୬: ଭୁବନେଶ୍ୱରର ବାଲିଅନ୍ତା ଅଞ୍ଚଳରେ ଜଣେ ଯୁବକଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି ଖୁରାନିଆଙ୍କ ସହିତ କଥା ହୋଇ ଘଟଣାର ପୁଙ୍ଖାନୁପୁଙ୍ଖ ଯାଞ୍ଚ୍ କରିବା ସହିତ ଦୋଷୀମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଭଳି ଭିଡ଼ ହତ୍ୟା ଘଟଣାର ଯେପରି ପୁନରାବୃତ୍ତି ନହୁଏ, ସେଥିପ୍ରତି ପୋଲିସ ପ୍ରଶାସନ ଓ ପୋଲିସ ବାହିନୀ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ରାଜ୍ୟରେ ଆଇନର ଶାସନ ପ୍ରତିଷ୍ଠା କରିବା ପାଇଁ ପୋଲିସ କଠୋରରୁ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ଏହି ଘଟଣାରେ ପୋଲିସ ବର୍ତ୍ତମାନ ସୁଦ୍ଧା ୪ ଜଣଙ୍କୁ ଗିରଫ କରିବା ସହିତ ତା’ର ଅନୁସନ୍ଧାନ ଜାରି ରଖିଛି ।

ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ଶୋଭନା ମହାନ୍ତିଙ୍କ ସହିତ ମଧ୍ୟ ଆଲୋଚନା କରିଛନ୍ତି। ଘଟଣାର ସମସ୍ତ ଦିଗ ପ୍ରତି ସଚେତନ ରହି ପ୍ରକୃତ ସତ୍ୟ ଖୋଜି ବାହାର କରିବା ପାଇଁ ଏହି ଘଟଣାରେ ଯେଉଁ ମହିଳାମାନଙ୍କ ସହିତ ଦୁର୍ବ୍ୟବହାର ହୋଇଥିବାର ଅଭିଯୋଗ ହୋଇଛି, ସେମାନଙ୍କ ସହିତ ଆଲୋଚନା କରିବାକୁ ଅଧ୍ୟକ୍ଷା ଶ୍ରୀମତୀ ମହାନ୍ତି ଆସନ୍ତା କାଲି ବାଲିଅନ୍ତା ଯିବେ ବୋଲି ଜଣା ଯାଇଛି।

0
0
0
s2sdefault