ଓଡ଼ଗାଁ, ୧୩।୫(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ପନ୍ତିଖାରୀ ଗ୍ରାମପଞ୍ଚାୟତ ଅନ୍ତର୍ଗତ ମଶାବାରୀ ଗାୟତ୍ରୀ ବିଦ୍ୟାମନ୍ଦିରର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ସ୍ଥାନୀୟ କଲ୍ୟାଣୀ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ଅଶୋକ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ଓଡ଼ଗାଁ ତହସିଲଦାର ଡ. ମାନସ ରଞ୍ଜନ ଭୋଇ ମୁଖ୍ୟ ଅତିଥି ଏବଂ ବିଡିଓ ପ୍ରିତୀବାଳା ରଣା ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଶିକ୍ଷାଧିକାରୀ ରଘୁନାଥ ମଲିକ, ପ୍ରାକ୍ତନ ପ୍ରଧାନ ଶିକ୍ଷକ ଜଳନ୍ଧର ରଥ, ସରପଞ୍ଚ ସସ୍ମିତା ପାତ୍ର, ଶ୍ରାବଣୀ ବିଶ୍ୱାଳ ଓ ଉପ ସଭାପତି ଦୁତି କୃଷ୍ଣ ମିଶ୍ର ପ୍ରମୁଖ ଯୋଗଦେଇ ଶିଶୁମାନଙ୍କ ସମଗ୍ର ବିକାଶରେ କଳାଭିତ୍ତିକ ଶିକ୍ଷାର ଆବଶ୍ୟକତା ଉପରେ ମତ ପ୍ରକାଶ କରିଥିଲେ।
ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ଚଳିତ ମାଟ୍ରିକ ପରୀକ୍ଷାରେ ସଫଳ ୫ ଜଣ ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯାଇଥିଲା। ପ୍ରଧାନ ଶିକ୍ଷକ ବିରେନ୍ଦ୍ର ସାହୁ ସଭା ପରିଚାଳନା କରିଥିବା ବେଳେ ଶିକ୍ଷକ ଭେଙ୍କଟ ସ୍ୱାମୀ ପାଣିଗ୍ରାହୀ, ଅମୀତା ଦାଶ ସହ ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।
ରାଜ୍ୟ
ମଶାବାରୀ ଗାୟତ୍ରୀ ବିଦ୍ୟାମନ୍ଦିରରେ ବାର୍ଷିକ ପୁରସ୍କାର ଉତ୍ସବ
- Hits: 62







