ହେଡଲାଇନସ୍:

ଯାତ୍ରୀବାହୀ ବସ୍ ଧକ୍କାରେ ଅଟୋ ଚୁରମାର୍।୬ ମୃତ ୬ ଗୁରୁତର ।

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି

ପୁରୁଷୋତ୍ତମପୁର: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଲଡକାପଲୀ ଛକରେ ଭୟଙ୍କର ଦୁର୍ଦ୍ଦଶାର ସମ୍ମୁଖୀନ ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଥିଲା ବେଳେ ୬ ଜଣ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର ହୋଇଛନ୍ତି। ଗୋଟିଏ ଯାତ୍ରୀବାହୀ ବସ୍ ଅଟୋ କୁ ପିଟି ଦେବାରୁ ଏହି ଭଳି ଘଟଣା ଘଟିଛି ବୋଲି ଜଣାପଡିଛି।

ଏହି ଦୁଃଖଦ ସଡ଼କ ଦୁର୍ଘଟଣାରେ ୬ ଜଣଙ୍କର ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ₹୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି। ଏହି ଦୁର୍ଘଟଣାରେ ଆହତମାନଙ୍କ ଉତ୍ତମ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା ସୁନିଶ୍ଚିତ କରାଯାଉଥିବାବେଳେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

0
0
0
s2sdefault