ହେଡଲାଇନସ୍:

କେନ୍ଦ୍ରାପଡ଼ାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୧୦୧ ଅଭିଯୋଗ ଗ୍ରହଣ, ୧୦ ମାମଲାର ତୁରନ୍ତ ସମାଧାନ ।

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

କେନ୍ଦ୍ରାପଡ଼ା:୦୮.୦୬(ପ୍ରଫୁଲ୍ଲ କୁମାର ମଲ୍ଲ) ଜନସାଧାରଣଙ୍କ ସମସ୍ୟାର ତ୍ୱରିତ ସମାଧାନ ଓ ପ୍ରଶାସନିକ ସେବାକୁ ଲୋକଙ୍କ ପାଖକୁ ପହଞ୍ଚାଇବା ଉଦ୍ଦେଶ୍ୟରେ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ଶ୍ରୀ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ଅଭିଯୋଗକାରୀମାନେ ସେମାନଙ୍କର ବ୍ୟକ୍ତିଗତ ଓ ସାମୂହିକ ସମସ୍ୟା ଉପସ୍ଥାପନ କରିଥିଲେ। ଶିବିରରେ ମୋଟ ୧୦୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୮୫ଟି ବ୍ୟକ୍ତିଗତ ଓ ୧୬ଟି ସାମୂହିକ ଅଭିଯୋଗ ଥିଲା। ଗ୍ରହଣ କରାଯାଇଥିବା ଅଭିଯୋଗଗୁଡ଼ିକ ମଧ୍ୟରେ ପାନୀୟ ଜଳ ଯୋଗାଣ, ଶିକ୍ଷା, ସ୍ୱାସ୍ଥ୍ୟସେବା, କୃଷି, ବିଦ୍ୟୁତ ସେବା, ଜଳସେଚନ, ବ୍ୟାଙ୍କିଙ୍ଗ ସେବା, ରାସ୍ତାଘାଟ, ରାଜସ୍ୱ ଏବଂ ବିଭିନ୍ନ ସରକାରୀ କଲ୍ୟାଣମୂଳକ ଯୋଜନା ସମ୍ପର୍କିତ ସମସ୍ୟା ପ୍ରମୁଖ ଥିଲା। ଗ୍ରହଣ କରାଯାଇଥିବା ଅଭିଯୋଗ ମଧ୍ୟରୁ ୧୦ଟି ମାମଲାର ତୁରନ୍ତ ସମାଧାନ କରାଯାଇଥିବା ବେଳେ ୭ ଜଣ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF)ରୁ ମୋଟ ୩୨ ହଜାର ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା। ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କାଟାରିଆ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନା, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଜ୍ୟୋତିରଞ୍ଜନ ଗୌଡ଼, କେନ୍ଦ୍ରାପଡ଼ା ବିଡିଓ ଅଭିଷେକ ସ୍ୱାଇଁ, ତହସିଲଦାର କୁଇନି ଜେନା, ଡେପୁଟି କଲେକ୍ଟର ସରୋଜ କୁମାର ବେହେରାଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଶୁଣିଥିଲେ।
ଜିଲ୍ଲାପାଳ ଶ୍ରୀ ଆୟର ଅଭିଯୋଗଗୁଡ଼ିକର ଗୁରୁତ୍ୱ ଅନୁଧ୍ୟାନ କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶୀଘ୍ର, ସ୍ୱଚ୍ଛ ଓ ପ୍ରଭାବୀ ସମାଧାନ ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

0
0
0
s2sdefault