କେନ୍ଦ୍ରାପଡା:୧୬/୦୬(ପ୍ରଫୁଲ୍ଲ କୁମାର ମଲ୍ଲ) ଚର୍ଚ୍ଚିତ ତିଖିରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭେଟିଛନ୍ତି କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ତଥା ବିଜେପିର ବରିଷ୍ଠ ନାରୀ ନେତ୍ରୀ ଶ୍ରୀମତୀ ଅର୍ଚ୍ଚନା ନାୟକ। ସେ ଚାମେଲି ଓଝାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଡାକ୍ତରଙ୍କଠାରୁ ସୂଚନା ନେବା ସହିତ ତାଙ୍କ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିଥିଲେ। ଶ୍ରୀମତୀ ନାୟକ ଘଟଣାକୁ ନେଇ ଗଭୀର ଉଦ୍ବେଗ ପ୍ରକାଶ କରିଥିଲେ। ଚାମେଲି ଓଝାଙ୍କ ବର୍ତ୍ତମାନ ଅବସ୍ଥା ପାଇଁ ଯେଉଁମାନେ ଦାୟୀ, ସେମାନଙ୍କ ବିରୋଧରେ ନିରପେକ୍ଷ ତଦନ୍ତ ସହ କଡ଼ା ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ଦାବି କରିଛନ୍ତି। ଦୋଷୀମାନଙ୍କୁ ଚିହ୍ନଟ କରି ଉପଯୁକ୍ତ ଦଣ୍ଡ ଦେବା ପାଇଁ ସରକାର ତୁରନ୍ତ ପଦକ୍ଷେପ ନେବା ଆବଶ୍ୟକ ବୋଲି ସେ କହିଥିଲେ। ଶ୍ରୀମତୀ ନାୟକ ଏହି ସମ୍ବେଦନଶୀଳ ଘଟଣା ଉପରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ବିଜେପି ରାଜ୍ୟ ସଭାପତିଙ୍କ ଦୃଷ୍ଟି ଆକର୍ଷଣ କରିଥିବା ଜଣାପଡ଼ିଛି। ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ ଓ ଦୋଷୀଙ୍କ ବିରୋଧରେ ଦୃଢ଼ ପଦକ୍ଷେପ ଗ୍ରହଣ ପାଇଁ ସେ ଦାବି ଉଠାଇଛନ୍ତି।
ଏହି ଘଟଣାକୁ ନେଇ କେନ୍ଦ୍ରାପଡ଼ା ଜିଲ୍ଲାରେ ଚର୍ଚ୍ଚା ଜୋର ଧରିଥିବାବେଳେ ଚାମେଲି ଓଝାଙ୍କ ସ୍ୱାସ୍ଥ୍ୟାବସ୍ଥା ଏବଂ ଘଟଣାର ତଦନ୍ତ ଉପରେ ସମସ୍ତଙ୍କ ନଜର ରହିଛି।
ରାଜ୍ୟ
ଚାମେଲି ଓଝାଙ୍କୁ ଭେଟିଲେ ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ, ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି
- Hits: 19







