ବିକାଶର ଧାରା ଓଡ଼ିଶା ସାରା :୨ ବର୍ଷର ଜନ ସମ୍ପର୍କ କାର୍ଯ୍ୟକ୍ରମ ୨୦୨୬,

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଜାତି ଓ ଜନଜାତି ସମ୍ବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ


ଓଡ଼ଗାଁ, ୧୯।୬(ଶ୍ରୀକାନ୍ତ କୁମାର ମିଶ୍ର): ରାଜ୍ୟ ସରକାରଙ୍କ “ବିକାଶର ଧାରା ଓଡ଼ିଶା ସାରା” ଶୀର୍ଷକ ଦୁଇ ବର୍ଷର ଜନସମ୍ପର୍କ କାର୍ଯ୍ୟକ୍ରମ–୨୦୨୬ ଅବସରରେ ନୟାଗଡ଼ ଜିଲ୍ଲାର ଓଡ଼ଗାଁ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜାତି ଓ ଜନଜାତି ସମ୍ବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଜନଜାତି ଓ ଅନୁସୂଚିତ ଜାତିର ବିକାଶ ସହିତ ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଅନ୍ତର୍ଗତ ବିଭିନ୍ନ ଯୋଜନା ସମ୍ପର୍କିତ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଆୟୋଜିତ ହୋଇଥିଲା।
କାର୍ଯ୍ୟକ୍ରମରେ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ତହସିଲଦାର ଡ. ମାନସ ରଞ୍ଜନ ଭୋଇ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରୀତିବାଳା ରଣା ଯୋଗଦେଇ ଏହି ସ୍ୱତନ୍ତ୍ର ବର୍ଗଙ୍କ ଉନ୍ନତି ପାଇଁ ସରକାରଙ୍କ ପକ୍ଷରୁ ଚାଲୁଥିବା ବିଭିନ୍ନ କଲ୍ୟାଣମୂଳକ ଯୋଜନା ଓ ସୁବିଧା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଉଲ୍ଲେଖଯୋଗ୍ୟ ଯେ, ଗତ ୧୮ ତାରିଖରେ କାର୍ଯ୍ୟକ୍ରମର ଶୁଭାରମ୍ଭ ଅବସରରେ ବ୍ଲକ ସ୍ତରୀୟ ପ୍ରଦର୍ଶନୀ ଆୟୋଜିତ ହୋଇଥିଲା। ଆସନ୍ତା ଶନିବାର କୃଷି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଓ ସେଗୁଡ଼ିକର କାର୍ଯ୍ୟକାରିତା ସମ୍ପର୍କରେ କୃଷକ ସମ୍ବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଆଜିର କାର୍ଯ୍ୟକ୍ରମରେ ବ୍ଲକର ବିଭିନ୍ନ ପଞ୍ଚାୟତରୁ ବହୁ ସଂଖ୍ୟାରେ ମହିଳା ଅଂଶଗ୍ରହଣ କରିଥିଲେ। ବ୍ଲକ ଜନମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ପ୍ରିୟ ରଞ୍ଜନ ସାହୁ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।

0
0
0
s2sdefault