ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ , ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ଗୋଷାଣୀ ପଞ୍ଚାୟତ ସମିତିର ସମୁଦାୟ ମୋଟ- ୩୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୮ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା - ୧୪ ଗୋଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ଗୋଟିଏ ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୯ ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଛି। ୧୨ ଜଣଙ୍କୁ ଖାଉଟି କାର୍ଡ ବଣ୍ଟନ କରାଯାଇଛି। ୫ ଜଣକୁ ଅନ୍ତୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ , ୧୦ ଜଣ ମୂର୍ତ୍ତିକା ସ୍ଵାସ୍ଥ୍ୟ କାର୍ଡ ଓ ୧୦ ଜଣ ଅଙ୍ଗନୱାଡ଼ି କର୍ମୀଙ୍କୁ ମୋବାଇଲ୍ ଫୋନ୍ ବଣ୍ଟନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଏନ୍. ବୀରରାଜୁ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
ରାଜ୍ୟ
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
- Hits: 17







