ବାଲେଶ୍ବର ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବାଲିଆପାଳ, ତା: ୧୩/୦୭/୨୦୨୬:     ଆଜି ପୂର୍ବାହ୍ନ ଘ: ୧୦.୦୦ ଟିକା ସମୟରେ ବାଲେଶ୍ୱର ଜିଲ୍ଲାର ବାଲିଆପାଳ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବାଲେଶ୍ୱର ଜିଲ୍ଲାପାଳ  ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ବାଲିଆପାଳ ପଞ୍ଚାୟତ ସମିତି ଅଧୀନସ୍ଥ ବିଭିନ୍ନ ଗ୍ରାମ ପଞ୍ଚାୟତରୁ ୧୩୫ ଜଣ ଅଭିଯୋଗକାରୀ ନିଜର ଅଭିଯୋଗ ଫର୍ଦ୍ଦ ଉପସ୍ଥାପନ କରିଥିଲେ। ସେଥି ମଧ୍ୟରୁ ୧୨୯ ଗୋଟି ବ୍ୟକ୍ତିଗତ ଓ ୪ ଗୋଟି ସାମୁହିକ ଅଭିଯୋଗ ସମ୍ପର୍କିତ ହୋଇଥିବା ବେଳେ ୨ ଗୋଟି ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ନିମନ୍ତେ ଆବେଦନ କରିଥିଲେ  I ଏହି ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମରେ ୭ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା I
     ଏହି କାର୍ଯ୍ୟକ୍ରମରେ ବାଲେଶ୍ୱର ଜିଲ୍ଲାପାଳ, ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶ, ଆରକ୍ଷୀ ଅଧିକ୍ଷକ, ଶ୍ରୀଯୁକ୍ତ ପ୍ରତ୍ୟୁଷ ଦିବାକର, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ହେମନ୍ତ କୁମାର ସିଂହ, ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀଯୁକ୍ତ ସଞ୍ଜୟ କୁମାର ରାଉତ, ଉପ ଜିଲ୍ଲାପାଳ, ବାଲେଶ୍ୱର ଶ୍ରୀଯୁକ୍ତ ଶିବ ମାଲବ୍ୟ, ମୁଖ୍ୟ ଜିଲ୍ଲା ଚିକିତ୍ସାଧିକାରୀ ଡ଼ା. ଦିଲ୍ଲୀପ କୁମାର ଜେନା, ବିଡିଓ, ବାଲିଆପାଳ ଶ୍ରୀଯୁକ୍ତ ରାଧା ରଞ୍ଜନ ଦାସ, ତହସିଲଦାର, ବାଲିଆପାଳ ଶ୍ରୀମତୀ ସସ୍ମିତା ମୁର୍ମୁଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।
     

0
0
0
s2sdefault