ନୂଆଦିଲ୍ଲୀ/ଭୁବନେଶ୍ୱର – ଓଡିଶାରେ ରେଳ ଟିକେଟକୁ ଆଂଚଳିକ ଓଡିଆ ଭାଷାରେ ଛାପିବା ପାଇଁ କେନ୍ଦ୍ର ରେଳ ମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଓଡିଶାରେ ରେଳଯାତ୍ରୀଙ୍କ ସୁବିଧା ପାଇଁ ଭାରତୀୟ ରେଳ ବିଭାଗ ତରଫରୁ ଅନେକ ବ୍ୟବସ୍ଥା କରାଯାଇଛି । ଯାତ୍ରୀ ସୁବିଧାରେ ଗତ କିଛି ବର୍ଷରେ ବହୁ ଉନ୍ନତି ପରିଲିକ୍ଷିତ ହେବା ସହ ଯାତ୍ରା ସମୟରେ ଲୋକମାନଙ୍କର ଅନୁଭୂତି ସୁଃଖଦ ହେଉଛି । ଏହାସହ ଓଡିଶାରେ ଟିକେଟ୍ ଗୁଡିକ ଯଦି ଓଡିଆରେ ଉପଲବ୍ଧ ହେବ ତେବେ ଆମ ରାଜ୍ୟର ଲୋକମାନେ ଆହୁରି ଲାଭବାନ ହେବେ ବୋଲି ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ।
ଆଉ ରେଳମନ୍ତ୍ରୀ ବି ସୁପରଫାଷ୍ଟ ଟ୍ରେନ ପରି ଫାଷ୍ଟ | ଧର୍ମେନ୍ଦ୍ରଙ୍କ ଚିଠି ପାଉ ପାଉ ସେଥିରେ ରାଜି ହୋଇ ଘୋଷଣା କରିଦେଲେ ଯେ ଆସନ୍ତା ଉତ୍କଳ ଦିବସରୁ ଓଡ଼ିଶାରେ ଓଡ଼ିଆରେ ଟ୍ରେନ ଟିକଟ ମିଳିବ |