ହେଡଲାଇନସ୍:

କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ଲେଖିଲେ ଚିଠି :ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ସାମିଲ ହେଉ ପୁରୀ ଓ କୋଣାର୍କ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ନୂଆଦିଲ୍ଲୀ/ଭୁବନେଶ୍ୱର: ଦେଶର ୧୭ଟି ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକା ସହ ଏହି ତାଲିକାରେ ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ସାମିଲ କରାଯିବା ନେଇ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ପେଟ୍ରୋଲିଅମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ୨୦୧୯-୨୦ ଆର୍ଥିକ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧି ପାଇଁ ୧୭ଟି ପ୍ରତିଷ୍ଠିତ ପର୍ଯ୍ୟଟନ କ୍ଷେତ୍ରକୁ ବିକଶିତ କରି  ମଡେଲ ପର୍ଯ୍ୟଟନ କ୍ଷେତ୍ର ଭାବରେ ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରାଯିବାର ଯୋଜନା ରଖିଛନ୍ତି । ଓଡିଶାରେ କଳା, ଭାସ୍କର୍ଯ୍ୟ ତଥା ସଂସ୍କୃତି ଓ ପର୍ଯ୍ୟଟନର ଧାରା ପରିସ୍ଫୁଟ । ଖାସ କରି  ଶ୍ରୀକ୍ଷେତ୍ର ପୁରୀ ଓ କୋଣାର୍କର ସୂର୍ଯ୍ୟ ମନ୍ଦିର ଭଳି ପବିତ୍ର ସ୍ଥଳୀ ପର୍ଯ୍ୟଟକ ମାନଙ୍କୁ ଆକର୍ଷିତ କରିଥାଏ । ହିନ୍ଦୁଙ୍କ ପବିତ୍ର ୪ ଧାମ ମଧ୍ୟରୁ ପୁରୀର ଜଗନ୍ନାଥ ମନ୍ଦିର ଅନ୍ୟତମ । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମଧ୍ୟ ଏଠାରେ ଅନୁଷ୍ଠିତ ହୁଏ|  ସେହିପରି  କୋଣାର୍କର ସୂର୍ଯ୍ୟମନ୍ଦିର ଓଡିଶାର ଅନନ୍ୟ କଳାକୃତିର ପରିଚାୟକ ଓ ବିଶ୍ୱସ୍ତରୀୟ ମାନ୍ୟତା ପ୍ରାପ୍ତ । ଓଡିଶାର ସ୍ୱର୍ଣ୍ଣ ତ୍ରିଭୁଜ ଭୁବନେଶ୍ୱର, ପୁରୀ ଏବଂ କୋଣାର୍କ ମନ୍ଦିର ବିଶ୍ୱର ଲକ୍ଷ ଲକ୍ଷ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କୁ ଆକର୍ଷିତ କରିଥାଏ |
ତେଣୁ ଏହାକୁ ଦୃଷ୍ଟିରେ ରଖି ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କର ସୂର୍ଯ୍ୟ ମନ୍ଦିରକୁ ଆଦର୍ଶ ପର୍ଯ୍ୟଟନ ତାଲିକାରେ ସାମିଲ କରାଯିବା ନେଇ ବ୍ୟକ୍ତିଗତ ଭାବେ ଧ୍ୟାନ ଦେବାକୁ କେନ୍ଦ୍ରମନ୍ତ୍ରୀ  ଶ୍ରୀ ପ୍ରଧାନ କେନ୍ଦ୍ରପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ପଟେଲଙ୍କୁ ତାଙ୍କ ପାତ୍ରରେ  ଅନୁରୋଧ କରିଛନ୍ତି ।

0
0
0
s2sdefault