ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ନିଯୁକ୍ତ, କେନ୍ଦୁଝର ଜିଲ୍ଲାରେ କୌଣସି ନେତା ଉପରେ ଭରସା ପାଇଲାନି !!!

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର(ଶାସକ ପ୍ରଶାସକ)ରାଜ୍ୟ ସରକାର ଆଜି  ବିଭିନ୍ନ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି । କେନ୍ଦୁଝର ଜିଲ୍ଲାର କୌଣସି ବିଧାୟକଙ୍କ ଉପରେ ବୋଧ ହୁଏ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଭରସା ପାଇନାହିଁ । ତେଣୁ ଦେବଗଡ଼ ଜିଲ୍ଲା ଯୋଜନା କମିଟି ଦାୟିତ୍ୱରେ ଥିବା ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ କେନ୍ଦୁଝର ଜିଲ୍ଲା  ଦାୟିତ୍ୱ ଦିଆଯାଇଛି ।

ଆଜି ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ ପଞ୍ଚାୟତିରାଜ, ନଗର ଉନ୍ନୟନ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ମୟୁରଭଞ୍ଜ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ନିଯୁକ୍ତ କରିଥିବା ବେଳେ ବିଧାୟକ ଅନନ୍ତ ଦାସଙ୍କୁ  ବାଲେଶ୍ୱର, ବିଧାୟକ ବ୍ୟୋମକେଶ ରାୟ ଙ୍କୁ ଭଦ୍ରକ, ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କୁ  ଯାଜପୁର, ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ କେନ୍ଦ୍ରାପଡ଼ା,ପ୍ରଶାନ୍ତ କୁମାର ମୁଦୁଲି ଙ୍କୁ ଜଗତସିଂହପୁର, ପ୍ରମୋଦ କୁମାର ମଲ୍ଲିକଙ୍କୁ କଟକ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି । ସେହିପରି ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ପୁରୀ, ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କୁ ଖୋର୍ଦ୍ଧା, ସତ୍ୟ ନାରାୟଣ ପ୍ରଧାନଙ୍କୁ ନୟାଗଡ଼, ଶ୍ରୀକାନ୍ତ ସାହୁଙ୍କୁ ଗଞ୍ଜାମ, ମହୀଧର ରଣାଙ୍କୁ ବୌଦ୍ଧ, ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ଗଜପତି, ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ କନ୍ଧମାଳ, ମନ୍ତ୍ରୀ ସୁଦାମ ମାରାଣ୍ଡି ଙ୍କୁ ସୋନପୁର, ମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ ରାୟଗଡ଼ା, ବିଧାୟକ ରଘୁରାମ ପଡ଼ାଲଙ୍କୁ କୋରାପୁଟ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ କରାଯାଇଛି ।

ସେହିପରି ସୂଚନା, ଲୋକସମ୍ପର୍କ ଓ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କୁ ନବରଙ୍ଗପୁର, କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ ମାଲକାନାଗିରି, ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ନୂଆପଡ଼ା, ନବକିଶୋର ଦାସଙ୍କୁ ବଲାଙ୍ଗୀର, ଦେବେଶ ଆଚାର୍ଯ୍ୟଙ୍କୁ ବରଗଡ଼ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ କରାଯାଇଛି । ସେହିପରି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ ସମ୍ବଲପୁର, ଯୋଜନା ମନ୍ତ୍ରୀ ପଦ୍ମନାଭ ବେହେରାଙ୍କୁ  ଝାରସୁଗୁଡ଼ା, ବିଧାୟକ ଶାରଦା ପ୍ରସାଦ ନାୟକଙ୍କୁ ସୁନ୍ଦରଗଡ଼, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ଅନୁଗୁଳ, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଢେଙ୍କାନାଳ,  ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କୁ ଦେବଗଡ଼ ଓ କେନ୍ଦୁଝର ଜିଲ୍ଲା ଯୋଜନା କମିଟି ଦାୟିତ୍ୱ ଦିଆଯାଇଥିବା ବେଳେ ମହିଳା ଶିଶୁକଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁଙ୍କୁ  କଳାହାଣ୍ଡି ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି ।

0
0
0
s2sdefault