ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁ ଦିବସ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ଯା ମନ୍ଦିର ରେ ପବିତ୍ର ଗୁରୁ ଦିବସ  ଅନୁଷ୍ଠାନ ର ସଭାପତି ଶ୍ରୀ ବିନୋଦ ଚନ୍ଦ୍ର ଜେନାଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ମୁଖ୍ୟ ଅତିଥି ରୂପେ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ବରିଷ୍ଠ ଶିକ୍ଷାବିତ ଶ୍ରୀ ପ୍ରଶାନ୍ତ କୁମାର ଜେନାଙ୍କୁ  ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ ଶିଶୁ ମନ୍ଦିର ପରିସର ରେ ଶ୍ରୀ ରାମାନନ୍ଦ ଦାଶ ଏବଂ ଅତିଥି ମାନଙ୍କ ଦ୍ୱାରା ବୃକ୍ଷ ରୋପଣ କରା ଯାଇଥିଲା। ଶେଷ ରେ ଦଶମ ଶ୍ରେଣୀ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଅନୁଷ୍ଠାନର ସମସ୍ତ ଆଚାର୍ଯ୍ୟ /ଆଚାର୍ଯ୍ୟା ମାନଙ୍କୁ ଗୁରୁ ପୂଜନ କରାଯାଇଥିଲା ଏବଂ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।କାର୍ଯ୍ୟକ୍ରମଟି ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସରୋଜ କୁମାର ପଣ୍ଡାଙ୍କ ସଂଯୋଜନାରେ ହୋଇଥିବା ବେଳେ ସହ ପ୍ରଧାନଆଚାର୍ଯ୍ୟ ଶ୍ରୀ ସନ୍ତୋଷ କୁମାର ପାଢୀ ଧନ୍ୟବାଦ ଅର୍ପଣ କରିଥିଲେ।

0
0
0
s2sdefault