ହେଡଲାଇନସ୍:

ରାଜ୍ୟ ସରକାର ମୋ ଆବାସ ନାଁରେ ଲୋକଙ୍କୁ ଭଣ୍ଡୁଛନ୍ତି : ବିଜେପି 

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର, : ରାଜ୍ୟସରକାର ଚଂଚକତା କରି ବିଭିନ୍ନ କେନ୍ଦ୍ରୀୟ ଯୋଜନାକୁ ହଡପ କରି ଚାଲିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଥିବା ‘ହାଉସିଂଙ୍ଗ ଫର ଅଲ୍ ୨୦୨୨’ର ଲକ୍ଷ୍ୟ ହାସଲ କରିବା ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗ୍ରାମାଂଚଳ ଓ ସହରାଂଚଳରେ ସମସ୍ତଙ୍କୁ ପକ୍କା ଘର ଯୋଗାଇଦେବେ ବୋଲି କହିଛନ୍ତି । ଏହି ଯୋଜନାରେ ଓଡିଶାରେ ୧୬ ଲକ୍ଷରୁ ଅଧିକ ପକ୍କା ଘର ନିର୍ମାଣ ହେବା ପରେ ବି ରାଜ୍ୟସରକାର ଅନୈତିକ ଓ ଅଗଣତାନ୍ତ୍ରିକ ଭାବେ ଯୋଜନାର ନାମ ପରିବର୍ତନ କରି ‚ମୋ ଆବାସ‛ ନାମରେ ରାଜ୍ୟବାସୀଙ୍କୁ ଠକି ଚାଲିଛନ୍ତି । ଏହା ବିରୁଦ୍ଧରେ ଗତ ୨୭ ତାରିଖରେ ବିଜେପି ପକ୍ଷରୁ ରାଜ୍ୟର ସମସ୍ତ ବ୍ଲକ, ଏନ୍ଏସି, ମୁ୍ୟନିସିପାଲିଟି କର୍ପୋରେସନ୍ ଆଗରେ ବିକ୍ଷୋଭ କରବା ସହ ମହାମହିମ ରାଜ୍ୟପାଳଙ୍କ ଉଦେ୍ଧଶ୍ୟରେ ସ୍ମାରକପତ୍ର ବିଡିଓଙ୍କୁ ଦେବା ରେ ବି ରାଜ୍ୟସରକାର କୌଣସି ପଦକ୍ଷେ ନେଉନାହାଁନ୍ତି । କେନ୍ଦ୍ରୀୟ ଯୋଜନା ହଡପ ନେଇ ରାଜ୍ୟ ସରକାରଙ୍କ ଚଂଚକତା ଓ ଭ୍ରଷ୍ଟାଚାର ବିରୁଦ୍ଧରେ ଆସନ୍ତା କାଲି ବିଜେପି ପକ୍ଷରୁ ରାଜଭବନ ଆଗରେ ଧାରଣା ଦେବା ସହ ମହାମହିମ ରାଜ୍ୟପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯିବ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ  ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ହରିଚନ୍ଦନ କହିଛନ୍ତି ଯେ, ଚାରି ଗୋଟି ପ୍ରସଙ୍ଗ ନେଇ ଆସନ୍ତାକାଲି ରାଜଭବନ ଆଗରେ ଧାରଣା ଦିଆଯିବ । (୧) ପ୍ରଧାନମନ୍ତ୍ରୀ ଆବାସ ଯୋଜନାକର ନାଁ କାଟି ରାଜ୍ୟସରକାର ବିଜ୍ଜୁ ପକ୍କାଘର କହି ରାଜ୍ୟବାସୀଙ୍କୁ ଭ୍ରମିତ କରୁଛନ୍ତି । 

୨୦୧୮ ସର୍ଭେ ଅନୁଯାୟୀ ୪ ଲକ୍ଷ ଘରର କାର୍ଯ୍ୟଦେଶ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନାଁରେ ବଂଟନ କରି ଗାଇଡ ଲାଇନ ଅନୁଯାୟୀ କାର୍ଯ୍ୟାଦେଶ ହେବା ସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଫଳକ ଲଗାଯିବାର ଆବଶ୍ୟକତା ରହିଛି । କିନ୍ତୁ ରାଜ୍ୟସରକାର ଏହାକୁ ନିଜ ଲୋଗରେ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଓ ବିଜୁ ପକ୍କା ଘରର ଫଟୋ ଲଗାଇ ମୋ ଆବାସ ଲେଖି କାର୍ଯ୍ୟାଦେଶ ବଂଟନ କରୁଛନ୍ତି । (୨) ସେହିପରି ସମସ୍ତେ ଘର ପାଇବେ ବୋଲି ଯେଉଁ ସର୍ଭେ ଚାଲିଛି ସେଥିରେ ମଧ୍ୟ ଚଂଚକତା ରହିଛି । ତାର ଯେଉଁ ବିଜ୍ଞାପନ ବାହାରିଲା ସେ ବିଜ୍ଞାପନରେ ଗୋଟିଏ କୌଣସି ଜାଗାରେ ଲେଖା ହୋଇନି ଯେ,ଏଠି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସର୍ଭେ ହେଉଛି । (୩) ସର୍ଭେ ହେଲା ପରେ ଯେଉଁ ପ୍ରାରମ୍ଭିକତା ତାଲିକା ଆସିଛି ତାହାପରେ ପରବର୍ତୀ ପ୍ରକ୍ରିୟାଟି ହେଉଛି ଘରର ଫଟୋ ଉଠାଇ ଜିଓ ଟାଗିଙ୍ଗ୍ କରିବା କଥା । କିନ୍ତୁ ଶାସକ ଦଳର ବିଧାୟକ ପଂଚାୟତ ଏକଜୁ୍ୟଟିଭ୍, ଜିଆରଏସ ମାନଙ୍କୁ ଧରି କେବଳ ବିଜୁ ଜନତାଦଳର କର୍ମୀ ଓ ସମର୍ଥକମାନଙ୍କ ଘର ଜିଓ ଟାଗିଙ୍ଗ୍ କରିବା ଅତ୍ୟନ୍ତ ର୍ଦୁଭାଗ୍ୟଜନକ । (୪) ରାଜ୍ୟର ବିଭିନ୍ନ ସ୍ଥାନରେ ଘର କରାଇବା ନାଁରେ ବିଜୁ ଜନତା ଦଳର ବିଧାୟକ ମାନେ ଘର ପିଛା ୨୧ହଜାର ଟଙ୍କା ପିସି ଆଦାୟ କରିବାରେ ଲାଗିଛନ୍ତି । ଯେଉଁମାନଙ୍କ ନାଁ ପ୍ରାରମ୍ଭିକ ତାଲିକାରେ ଅଛି ସେମାନଙ୍କ ଘର ଜିଓ ଟାକିଙ୍ଗ୍ ହେବ ନିଷ୍ପତି ହୋଇଛି ସେମାନଙ୍କ ଠାରୁ ୧୦ ହଜାର ଟଙ୍କା ବିଧାୟକଙ୍କ ନାଁରେ ପିସି ଏବଂ ୧୧ ହଜାର ଟଙ୍କା ବ୍ଲକ ଅଫିସରଙ୍କ ନାଁରେ ପିସି ଆଦାୟ କରାଯାଉଛି । 

ରାଜ୍ୟ ସରକାରଙ୍କର ଭ୍ରଷ୍ଟାଚାରୀ, ଚଂଚକତା ପୂର୍ଣ୍ଣ ବ୍ୟବହାର ବିରୁଦ୍ଧରେ ବିଜେପି ରାଜରାସ୍ତାରେ ଆନେ୍ଦାଳନ କରିବ । ରାଜ୍ୟ ସରକାରଙ୍କ ଚଂଚକତା ଓ ଭ୍ରଷ୍ଟାଚାରକୁ ପ୍ରସୟ ଦିଆଯିବ ନାହିଁ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଏକ ଉଚ୍ଚାଙ୍କାକ୍ଷୀ ଜନକଲ୍ୟାଣକାରୀ ଯୋଜନା ଓ ଏହାଦ୍ୱାରା ଭାରତର ସମସ୍ତ ଜନସାଧାରଣଙ୍କୁ ପକ୍କାଘର ଯୋଗାଇଦେବାର ସୁଦୀର୍ଘ ପରିକଳ୍ପନା କରାଯାଇଛି । ଏହି ଯୋଜନାକୁ ଚଂଚକତା କରି କୌଣସି ରାଜ୍ୟର ସରକାର ଏହାକୁ ନିଜସ୍ୱ ଯୋଜନା ଭାବେ ଘୋଷଣା କରି ବିଭ୍ରାନ୍ତ କରାଇବା ନିଶ୍ଚିନ୍ତ ଭାବେ ଅଗଣତାନ୍ତ୍ରିକ, ଆଦର୍ଶ ସଂଘୀୟ ବ୍ୟବସ୍ଥାର ପରିପନ୍ଥି ଓ ଗ୍ରହଣଯୋଗ୍ୟ ନୁହେଁ । ଏହା ବିରୁଦ୍ଧରେ ଗତ ୨୭ ତାରିଖରେ ରାଜ୍ୟ ବିଜେପି ସମସ୍ତ ୩୧୪ ବ୍ଲକ ଏବଂ ପୌରାଚଂଳ ଘେରାଓ କରିବା ସହ ମହାମହିମ ରାଜ୍ୟପାଳଙ୍କ ଉଦେ୍ଧଶ୍ୟରେ ଦାବି ପତ୍ର ପ୍ରଦାନ କରିଥିଲା । ଏହା ପୂର୍ବରୁ କେନ୍ଦ୍ର ସରକାରଙ୍କ ୧୦୮ ଆମ୍ବୁଲାନ୍ସ ଯୋଜନାକୁ ହାଇଜାକ୍ କରି ରାଜ୍ୟସରକାର ନିଜ ନାଁ ଦେଇ ରାଜ୍ୟସରକାରଙ୍କ ‘ଲୋଗୋ’ଲଗାଇ ନିଜର ଆତ୍ମ ପ୍ରଚାର କରିଥିଲେ । 

କେନ୍ଦ୍ରସରକାରଙ୍କ ସୁକନ୍ୟା ସମୃଦ୍ଧି ଯୋଜନାକୁ ନାଁ ଓ ଲୋଗୋ ବଦଳାଇ ରାଜ୍ୟସରକାର ‘ସୁକନ୍ୟା ସମୃଦ୍ଧି ଯୋଜନା- ଝିଅ ପାଇଁ ଚିଠି ଟିଏ’ କରି  ବିଭିନ୍ନ ଗଣମାଧ୍ୟରେ ବିଜ୍ଞାପନ ପ୍ରକାଶ କରିଥିଲେ । ସେହିପରି ଟଙ୍କିକିଆ ଚାଉଳକୁ ନିଜ ନାଁରେ ନାମିତ କରିବାର ଅପଚେଷ୍ଟା ବି ରାଜ୍ୟ ସରକାର କରିଆସିଛନ୍ତି । କେନ୍ଦ୍ରୀୟ ଯୋଜନା ହଡପ ନେଇ ରାଜ୍ୟ ସରକାରଙ୍କ ଚଂଚକତା ଓ ଭ୍ରଷ୍ଟାଚାର ବିରୁଦ୍ଧରେ ଆସନ୍ତା କାଲି ପୁଣି ବିଜେପି ପକ୍ଷରୁ  ରାଜଭବନ ଆଗରେ ଧାରଣା ଦେବା ସହ ମହାମହିମ ରାଜ୍ୟପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯିବ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଉପସଭାପତି ସମୀର ମହାନ୍ତି ଏବଂ ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

0
0
0
s2sdefault