ହେଡଲାଇନସ୍:

ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ ଭବନ ପରିସରରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ ହୋଇ ଯାଇଛି ।

ଏହି ଅବସରରେ ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଥିଲା ସ୍ବର୍ଗତ ଗାନ୍ଧୀଙ୍କ ଫଟୋ ଚିତ୍ରରେ ବହୁ ସଂଖ୍ୟାରେ କଂଗ୍ରେସ ନେତା ଓ କର୍ମୀ ମାନେ ଯୋଗଦେଇ ପୁଷ୍ପଦେଇ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । 

 ପରେ ନଗର କଂଗ୍ରେସ ସଭାପତି ବସନ୍ତ କୁମାର ପଣ୍ଡାଙ୍କ ସମେତ ବରିଷ୍ଠ ନେତା କୁନା ମାଝୀ , ସନ୍ତୋଷ ରଥ ଓ ବାପିଲି ସାହୁ ପ୍ରମୁଖ ବହୁ ସଂଖ୍ୟାରେ ଯୋଗଦେଇ ସ୍ବର୍ଗତ ଇନ୍ଦିରା ଗାନ୍ଧୀଙ୍କ ରାଜନୈତିକ କର୍ମମୟ ଜୀବନୀ ଓ ଚିନ୍ତାଧାରାର ବିଭିନ୍ନ ଦିଗ ସମ୍ପର୍କରେ ଆଲୋଚନା କରିଥିଲେ ଏବଂ ତାଙ୍କ ସମୟରେ ତାଙ୍କ ସୁଶାସନ ଓ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟଧାରା ସମ୍ପର୍କରେ ଆଲୋକପାତ କରିଥିଲେ ।

0
0
0
s2sdefault