ହେଡଲାଇନସ୍:

ଛାତ୍ରୀ ନିବାସ ରୁ ଅଧ୍ୟାପିକାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର।

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ବାରିପଦା(ଦିଲ୍ଲୀପ ମହାନ୍ତି )- ଛାତ୍ରୀ ନିବାସ ରୁ ଅଧ୍ୟାପିକାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ହେବା ଭଳି ଘଟଣା ଘଟିଛି । ଏପରି ଅଭାବନୀୟ ଘଟଣାଟି ଘଟିଛି ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନଥାନା ଅଧିନ ରାଇରଙ୍ଗପୁର ମହାବିଦ୍ୟାଳୟର ଛାତ୍ରୀ ନିବାସ ରେ। ମୃତ ଅଧ୍ୟାପିକା ଜଣକ ହେଲେ ରାଇରଙ୍ଗପୁର ମହାବିଦ୍ୟାଳୟ ର କଣ୍ଟ୍ରାକଚୁଆଲ  ଫିଜିକ୍ସ ଅଧ୍ୟାପିକା ରୁକ୍ମଣୀ ମଣ୍ଡଳ। ସୂଚନା ଅନୁଯାୟୀ ଆଜି ରାତି ପ୍ରାୟ ସାଢେ଼ ଆଠଟା ସମୟରେ ରାଇରଙ୍ଗପୁର ମହାବିଦ୍ୟାଳୟ ପରିସରରେ ଥିବା ଛାତ୍ରୀ ନିବାସର ରୁମ ନଂ ୮ ରେ  ରୁକ୍ମଣୀ ମଣ୍ଡଳ ଭିତର ପଟୁ କବାଟ ବନ୍ଦ କରିଦେଇ ଥିବାବେଳେ ରାତ୍ରୀ ଭୋଜନ ପାଇଁ ଛାତ୍ରୀ ନିବାସ ର ମେଟ୍ରୋନ ତାଙ୍କୁ ଖାଇବା ପାଇଁ ଡାକିଥିଲେ। କବାଟ ନ ଖୋଲିବାରୁ ଏବଂ ଭିତର ପଟୁ କୌଣସି ଶବ୍ଦ ନ ଆସିବାରୁ ମେଟ୍ରୋନ ଓ କିଛି ଛାତ୍ରୀ ମାନେ ମିଶି କବାଟ ଟିକୁ ଧକ୍କା ଦେଇ ଖୋଲିଥିଲେ। ସେତେବେଳକୁ ଅଧ୍ୟାପିକା ରୁକ୍ମଣୀ ମଣ୍ଡଳ ବେକରେ ପ୍ଲାଷ୍ଟିକ ରସି ସାହାଯ୍ୟରେ ଝୁଲୁଥିବା ଦେଖି ତୁରନ୍ତ କଲେଜ କର୍ତୃପକ୍ଷ ଙ୍କୁ ସୂଚନା ଦେଇଥିଲେ। କଲେଜ କର୍ତୃପକ୍ଷ ଏନେଇ ରାଇରଙ୍ଗପୁର ଟାଉନ ପୋଲିସ କୁ ଖବର ଦେବାରୁ ଘଟଣାସ୍ଥଳରେ ରାଇରଙ୍ଗପୁର ଟାଉନ ଥାନା ଅଧିକାରୀ ଓ ଏସଡିପିଅ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିବା ସହିତ ମୃତ ଦେହ କୁ ଉଦ୍ଧାର କରି  ତେବେ ଅଧ୍ୟାପିକା ଜଣକ ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି।  ଏଠାରେ ପ୍ରଶ୍ନ ଉଠୁଛି ଯେ ଜଣେ କର୍ତ୍ତବ୍ୟରତ ଅଧ୍ୟାପିକା କେଉଁ କାରଣରୁ ଆତ୍ମହତ୍ୟା କଲେ ତାହା ତଦନ୍ତ ସାପେକ୍ଷ। ମୃତ ଅଧ୍ୟାପିକା ଜଣକ ମୟୁରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ପାଣ୍ଡରା ଗ୍ରାମର ବୋଲି ଜଣାପଡିଛି।

ସୂଚନାଯୋଗ୍ୟ ଯେ କାଳୀପୂଜା ସମୟରେ ନିଜ ସମ୍ପକୀୟ ଘର କେନ୍ଦୁଝରକୁ ଯାଇଥିବା ସମୟରେ ତାଙ୍କୁ ଦୁଷ୍କର୍ମ କରାଯାଇଥିବା ଘଟଣା କୁ ନେଇ ଝାରପଖରିଆ ଥାନାରେ ଅଭିଯୋଗ କରିଥିଲେ । ଉକ୍ତ ଘଟଣା ପରେ ସେ ନ୍ୟାୟ ନପାଇଥିବାରୁ ମାନସିକ ଚାପରେ ରହୁଥିବାର ସୂଚନା ମିଳିଛି ।

 ତେବେ ଘଟଣା ପରେ ଝାରପଖରିଆ IIC ଶରତ ମହାଳିକଙ୍କୁ SP ଅଫିସକୁ ବଦଳି । କେସର IO ପ୍ରଶାନ୍ତ ସ୍ବାଇଁ ସସପେଣ୍ଡ  ଏବଂ ଦୁଷ୍କର୍ମ କରିଥିବା ଅଭିଯୁକ୍ତ ସୌମ୍ୟରଞ୍ଜନ ସାହୁକୁ କଟକ CVରୁ ଗିରଫ କଲା ପୋଲିସ ।

 

0
0
0
s2sdefault